ଭୁବନେଶ୍ୱର,୧୦।୭: ରାଜ୍ୟର ପୃଥକ ପୃଥକ ସ୍ଥାନରେ ସୋମବାର ବଜ୍ରପାତରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୋଟିଏ ଘଟଣା ଅନୁଗୋଳ ଜିଲାରେ ଘଟିଥିବା ବେଳେ ଅନ୍ୟଟି କୋରାପୁଟ ଜିଲାରେ ଘଟିଛି। ୪ ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି।
ଅନୁଗୋଳ ଜିଲାରେ ବଜ୍ରପାତରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତ ମହିଳା ଦ୍ୱୟ ହେଉଛନ୍ତି ସୁଷମା ବେହେରା ଓ ପେନି ବେହେରା। ଆହତ ଦ୍ୱୟ ହେଉଛନ୍ତି ଅଜୟ ବେହେରା ଓ କୁଆଁରୀ ବେହେରା। ଏମାନେ ସମସ୍ତେ ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗାଁର। ସେମାନେ ଶୁଖିଲା କାଠ ସଂଗ୍ରହ କରି ଫେରୁଥିବା ବେଳେ ଗାଁ ପାଖ ଆସପଣ୍ଡ ପାଖରେ ବଜ୍ରପାତ ହୋଇଥିଲା। ଫଳରେ ସୁଷମା ଓ ପେନିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଗୁରୁତର ଆହତ ଅଜୟ ଓ କୁଆଁରୀଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସେହିପରି କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଅଞ୍ଚଳା ଗାଁରେ ବଜ୍ରପାତରେ ଜଣେ ମହିଳା ଓ ତାଙ୍କ ପୁଅଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଉକ୍ତ ଗାଁର ଲିଙ୍ଗରାଜ ହାଲବାଙ୍କ ପତ୍ନୀ ଦୁରୁବତୀ ହାଲବା ଓ ପୁଅ ଦୀପକ ହାଲବା। ସେମାନେ ଜମିରେ କାମ କରୁଥିଲେ। ବର୍ଷା ହେବା ସହିତ ଘଡ଼ଘଡ଼ି ମାରିବାରୁ ଦୁରୁବତୀଙ୍କ ସ୍ବାମୀ ଲିଙ୍ଗରାଜ ହାଲବା ଜମିରୁ ଯାଇ ଏକ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିଲେ। ଦୁରୁବତୀ ଓ ଦୀପକ ସେଠାକୁ ଗଲା ବେଳେ ବଜ୍ରପାତରେ ସେମାନଙ୍କ ଜୀବନ ଚାଲି ଯାଇଥିଲା। ସେମାନଙ୍କୁ ବୋରିଗୁମ୍ମା ଡାକ୍ତରଖାନାକୁ ଅଣାଯାଇଥିଲା। ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

