୪ କି.ମି. ପାହାଡ଼ ଚଢ଼ି ଲୋକଙ୍କ ସମସ୍ୟା ବୁଝିଲେ ବିଡିଓ

ନନ୍ଦାହାଣ୍ଡି,୨୨।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକର ଅପହଞ୍ଚ ବିଚ୍ଛିନ୍ନାଞ୍ଚଳ ଝାଡ଼ବନ୍ଧଗୁଡ଼ା ପଞ୍ଚାୟତର ପୁଟଘରରେ ପହଞ୍ଚତ୍ ଗ୍ରାମବାସୀଙ୍କ ସମସ୍ୟା ବୁଝିଲେ ବିଡିଓ କ୍ଷୀରୋଦ ଚନ୍ଦ୍ର ସାହୁ। ବିଡିଓ ଏଇଇ ଶଙ୍କର ବୁଡ଼େକଙ୍କ ସହିତ ୪ କି.ମି. ପାହାଡ଼ ଚଢ଼ି ସେଠାରେ ପହଞ୍ଚତ୍ ଲୋକଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ତାହାର ସମଧାନ କରିବା ନେଇ ବିଡିଓ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
ପାହାଡ଼ ଘେରା ରାସ୍ତା ବିହୀନ ଗାଁ ଝାଡ଼ବନ୍ଧଗୁଡ଼ାରେ ରହିଛି ମାତ୍ର ୫ଟି ଘର। ଏଠାରେ ୧୬ ଜଣ ଅଧିବାସୀ ରୁହନ୍ତି। ସରକାରୀ ତାଲିକାରେ ଏହା ରାଜସ୍ବ ଗ୍ରାମର ମାନ୍ୟତା ପାଇଛି, କିନ୍ତୁ ଏବେ ବି ଆଦିମ ଅଧିବାସୀଙ୍କ ଭଳି ଜୀବନ ଯାପନ କରୁଛନ୍ତି ସେଠାକାର ଲୋକେ। ବଣଜଙ୍ଗଲ ଏବଂ ପାହାଡ଼ ଉପରେ ଥିବାରୁ ହିଂସ୍ରଜନ୍ତୁଙ୍କ ଭୟ ରହିଥାଏ। ହିଂସ୍ରଜନ୍ତୁଙ୍କ ଆକ୍ରମଣରେ ଗ୍ରାମବାସୀ ଆହତ ହୋଇଥିବା ବେଳେ ଅନେକ ଗୃହପାଳିତ ପ୍ରାଣୀଙ୍କର ମୃତ୍ୟୁ ହୋଇଛି। ରାସ୍ତାଘାଟ ନ ଥିବା ଏବଂ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ବିଦ୍ୟୁତ୍‌ ସଂଯୋଗୀକରଣ ହୋଇପାରୁନାହିଁ। କିଛି ବର୍ଷ ତଳେ ସୋଲାର ଲାଇଟର ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ମରାମତି ଅଭାବରୁ ତାହା ଅଚଳ ହୋଇପଡ଼ିଛି। ପାହାଡ଼ ଉପରେ ଥିବାରୁ ପାଣିର ଅସୁବିଧା ବି ଦେଖାଦେଉଛି। ଲୋକଙ୍କ ସମସ୍ୟା ଜାଣିବାକୁ ନୂତନଭାବେ ଦାୟିତ୍ୱ ନେଇଥିବା ବିଡିଓ ସାହୁ ଏଇଇ ବୁଡ଼େକଙ୍କ ସହିତ ପ୍ରାୟ ୪ କିଲୋମିଟର ବାଟ ପାହାଡ଼ ଚଢ଼ି ପୁଟଘରକୁ ଯାଇଥିଲେ। ଅତିଶୀଘ୍ର ସୋଲାର ଲାଇଟ ପୁନଃ କାର୍ଯ୍ୟକ୍ଷମ କରିବା, ପାନୀୟଜଳ ସମସ୍ୟାର ସମାଧାନ, ପେନ୍‌ସନ ପାଉ ନ ଥିବା ହିତାଧିକାରୀଙ୍କୁ ପେନ୍‌ସନ ଯୋଗାଇବା ଏବଂ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ରାସ୍ତା ନିର୍ମାଣ କରିବାର ପ୍ରତିଶ୍ରୁତି ବିଡିଓ ଦେଇଥିଲେ। ଆଗାମୀ ଦିନରେ ସରକାରଙ୍କ ଅନ୍ୟ ଯୋଜନା ସବୁ ପହଞ୍ଚାଇବା ପାଇଁ ଚେଷ୍ଟା କରିବେ ବୋଲି ସେ କହିଛନ୍ତି। ଏହିଭଳି ଏକ ଦୁର୍ଗମ ଅପହଞ୍ଚ ଗ୍ରାମକୁ ଯାଇ ନିଜର କର୍ତ୍ତବ୍ୟ ପରିଚାଳନା କରିଥିବାରୁ ଲୋକେ ବିଡିଓଙ୍କୁ ପ୍ରଶଂସା କରିଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଏବଂ ସରକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇ ଅଞ୍ଚଳର ବିକାଶ କରିବା ମୋର କର୍ତ୍ତବ୍ୟ। ଲୋକଙ୍କ ସମସ୍ୟା ସମାଧାନ କରିବା ନେଇ ଚେଷ୍ଟା କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri