ଭୁବନେଶ୍ୱର,୨୦ା୯: ସୁଭଦ୍ରାର ୩ୟ କିସ୍ତିରୁ ବାଦ୍ ପଡ଼ିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ। ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ତର ରଖିଛନ୍ତି।
ସେ କହିଛନ୍ତି, ୨ୟ କିସ୍ତିରୁ ୧ ଲକ୍ଷ ୮୩ ହଜାର ୭୮୫ ଜଣ ବାଦ୍ ପଡ଼ିଥିବାବେଳେ
ସୁଭଦ୍ରାର ପ୍ରଥମ କିସ୍ତିରେ ୧ କୋଟି ୨ ଲକ୍ଷ ୮୦ ହଜାର ୯୨ ଜଣ ପାଇଛନ୍ତି। ସୁଭଦ୍ରାର ୨ୟ କିସ୍ତିରେ ୧ କୋଟି ୯୬ ହଜାର ୩୦୭ ଜଣ ପାଇଛନ୍ତି। ୩ୟ କିସ୍ତି ପାଇଛନ୍ତି ୯୬ ଲକ୍ଷ ୯୬ ହଜାର ୯୫୫ ଜଣ। ମୋଟ୍ ୧ କୋଟି ୯ ଲକ୍ଷ ୮୭ ହଜାର ୮୯୪ ଜଣ ଆବେଦନ କରିଥିଲେ ବୋଲି ପ୍ରଭାତୀ କହିଛନ୍ତି।


