ବ୍ୟବସାୟୀଙ୍କଠୁ ଲୁଟିନେଲେ ୪ଲକ୍ଷ

ଝରିଗାଁ, ୧୮।୧: ଖଣ୍ଡାରେ ଆକ୍ରମଣ କରି ଜଣେ ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ୪ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ନବରଙ୍ଗପୁର ଡାକ୍ତରଖାନା ଓ ପରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ନବରଙ୍ଗପୁର ଜିଲା ଝରିଗାଁ ଥାନା ଅଧୀନ ଚକଲାପଦର ଘାଟିରେ ସୋମବାର ଏହି ଘଟଣା ଘଟିଛି।
ସୂଚନା ଅନୁଯାୟୀ, ଝରିଗାଁ ବ୍ଲକ ଚଚା ଗ୍ରାମର ରାଜେନ୍ଦ୍ର ଯାଦବ ନାମକ ଜଣେ ବ୍ୟବସାୟୀ ଚକଲାପଦର ପଞ୍ଚାୟତ ଅଧୀନ କଂଗ୍ରା ସାପ୍ତାହିକ ବଜାରକୁ ସୋମବାର ପୂର୍ବାହ୍ନ ଯାଉଥିବାବେଳେ ଚକଲାପଦର ଘାଟିରେ ୩ ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇ ଆକ୍ରମଣ କରିଥିଲେ। ଫଳରେ ରାଜେନ୍ଦ୍ରଙ୍କ ଡାହାଣ ହାତରେ ଗଭୀର ଆଘାତ ଲାଗିଛି। ପରେ ଦୁର୍ବୃତ୍ତମାନେ ରାଜେନ୍ଦ୍ରଙ୍କ ପାଖରେ ଥିବା ଟଙ୍କା ବ୍ୟାଗ୍‌କୁ ଛଡାଇ ନେଇଥିଲେ। ଉକ୍ତ ବ୍ୟାଗ୍‌ରେ ୪ ଲକ୍ଷ ଟଙ୍କା ଥିବା ରାଜେନ୍ଦ୍ର କହିଛନ୍ତି। ଉକ୍ତ ଅଞ୍ଚଳରେ କାର୍ଯ୍ୟରତ ଜଣେ ଗ୍ରାମରକ୍ଷୀ ଏ ସମ୍ପର୍କରେ ଥାନାରେ ଜଣାଇଥିଲେ। ଥାନା ଅଧିକାରୀ ଉମେଶ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଆହତ ବ୍ୟବସାୟୀଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି ବୋଲି ରାଜେନ୍ଦ୍ରଙ୍କ ବଡ଼ ପୁଅ ଅନିଲ୍‌ ସୂଚନା ଦେଇଛନ୍ତି। ସାନ ପୁଅ ସୁନିଲ୍‌ ଏ ନେଇ ଝରିଗାଁ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା(ନଂ.୬/୨୧) ରୁଜୁକରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri