Posted inଜାତୀୟ

୪ ଲଶ୍କର ସହାୟକ ଗିରଫ…

ଶ୍ରୀନଗର,୨୪।୨ : ଜମ୍ମୁ-କଶ୍ମୀରର ବାରମୁଳା ଏବଂ ଶୋପିଆନ ଜିଲାରୁ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ଚାରିଜଣ ସହାୟକଙ୍କୁ ସୁରକ୍ଷା ବାହିନୀ ଗିରଫ କରିଛନ୍ତିି। ପୋଲିସ ମୁଖପାତ୍ର କହିଛନ୍ତି ଯେ ବାରମୁଳା ଠାରୁ ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଲଶ୍କର ସହ ଜଡିତ ଆତଙ୍କବାଦୀଙ୍କ ଦୁଇଜଣ ସହାୟକଙ୍କୁ ମିଳିତ ସୁରକ୍ଷା ବାହିନୀ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ ଗୁଳିଗୋଳା ସମେତ ଅନ୍ୟାନ୍ୟ ସାମଗ୍ରୀ ଉଦ୍ଧାର କରାଯାଇଛି ବୋଲି ସେ କହିଛନ୍ତି।

ମୁଖପାତ୍ର କହିଛନ୍ତି ଯେ ବାରମୁଳା ଅଞ୍ଚଳରେ ପୋଲିସ ତଥା ଅନ୍ୟ ସୁରକ୍ଷା ବାହିନୀ ବିରୁଦ୍ଧରେ ଶାନ୍ତି ତଥା ଆଇନ ଶୃଙ୍ଖଳା ଭଙ୍ଗ କରିବା ପାଇଁ ଖାଚଦାରୀ ଜେହାନପୋରାର ଅଜ୍ଞାତ ଆତଙ୍କବାଦୀ ଗୋଷ୍ଠୀ ବେଆଇନ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ସହିତ ସକ୍ରିୟ ରହିଥିବାର ଗୁପ୍ତ ସୂଚନା ମିଳିଥିଲା।

ସୂଚନା ଅନୁସାରେ, ସୁରକ୍ଷା ବାହିନୀ ଜେହାନପୋରା-ଖଦନିଆର ଲିଙ୍କ ରୋଡ ସମେତ ଅନେକ ସ୍ଥାନରେ ଅବରୋଧ କରିଥିଲେ। ଅନୁସନ୍ଧାନ ବେଳେ ଜେହାନପୋରା ପଟୁୁ ଦୁଇଜଣ ଲୋକ ସ୍କୁଟିରେ ଆସୁଥିଲେ। ସେମାନଙ୍କର ହାବଭାବ ସନ୍ଦେହଜନକ ଜଣାପଡୁଥିଲା। ଅବରୋଧ ଦେଖି ସେମାନେ ଦୌଡ଼ି ପଳାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସତର୍କ ପୋଲିସ ଦଳ ଉଭୟଙ୍କୁ ଧରିଥିଲା। ସେମାନଙ୍କ ନିକଟରୁ ୪୦ ରାଉଣ୍ଡ ଗୁଳି ଏବଂ ଏକେ-୪୭ ରାଇଫଲ ଜବତ କରାଯାଇଛି।

ସେହିପରି ଶୋପିଆନ୍‌ରୁ ଲଶ୍କର ଆତଙ୍କବାଦୀଙ୍କ ଦୁଇ ସହାୟକଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ମୁଖପାତ୍ର କହିଛନ୍ତି ଯେ ଏକ ମାମଲାର ତଦନ୍ତ ବେଳେ ଦୁଇ ଆତଙ୍କବାଦୀଙ୍କ ସହଯୋଗୀଙ୍କ ଆକିବ ମୁଶତାକ ଲୋନ ଏବଂ ଆମୀର ଆମିନ ସୋଫିଙ୍କୁ ପୋଲିସ ଅଧିକାରୀମାନେ ଗିରଫ କରିଛନ୍ତି। ଉଭୟ ଶାଦଚେକ ଅଞ୍ଚଳର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri