୪ ବିଜୁ ସେତୁର ଭିତ୍ତିପ୍ରସ୍ତର ସ୍ଥାପନ

ଫୁଲବାଣୀ ଅଫିସ/ଫିରିଙ୍ଗିଆ/ଗୋଚ୍ଛାପଡା, ୧୦ା୬: କନ୍ଧମାଳ ଜିଲା ଗସ୍ତରେ ଶୁକ୍ରବାର ରାଜ୍ୟ ସରକାରଙ୍କ ୩ ଜଣ ମନ୍ତ୍ରୀ ଆସି ଫିରିଙ୍ଗିଆ ବ୍ଲକରେ ବିଭିନ୍ନ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି ା ଏଥିସହ ୪ଟି ବିଜୁ ସେତୁର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ା ମନ୍ତ୍ରୀମାନେ ଯୋଗଦେଇ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ ଅବଗତ କରିବା ସହ ଓଡିଶାର ଆତ୍ମା ଗ୍ରାମାଞ୍ଚଳରେ ରହିଛି। ଗ୍ରମାଞ୍ଚଳର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ ବୋଲି କହିଛନ୍ତି। ସ୍ଥାନୀୟ ଲୋକଙ୍କର ଯେଉଁ ଦାବି ରହିଛି ତାହା ଉପରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇ ସେସବୁ କାର୍ଯ୍ୟ ସମ୍ପାଦନ କରାଯିବ ବୋଲି ମନ୍ତ୍ରୀମାନେ ପ୍ରକାଶ କରିଛନ୍ତି ା
ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ, ଆଦିବାସୀ ଓ ହରିଜନ କଲ୍ୟାଣ, ପଛୁଆବର୍ଗ ମନ୍ତ୍ରୀ ଜଗନ୍ନାଥ ସାରକା, ଗ୍ରାମ୍ୟ ଉନ୍ନୟନ ଓ ପ୍ରଯୁକ୍ତି ବିଦ୍ୟାମନ୍ତ୍ରୀ ପ୍ରୀତିରଞ୍ଜନ ପ୍ରଥମେ ବ୍ଲକ ପରିସରରେ ନୂତନ ଭାବେ ନିର୍ମିତ ମିଶନ ଶକ୍ତି ଗୃହ ଉଦ୍‌ଘାଟନ କରିଥିଲେ ା ସେଠାରେ ସ୍ବୟଂ ସହାୟିକାଙ୍କ ପକ୍ଷରୁ ପ୍ରସ୍ତୁତ ଖାଦ୍ୟ ଖାଇ ସେମାନଙ୍କ ସହ ଭାବ ବିନିମୟ କରିଥିଲେ। ଏହାପରେ କାଶିନିପଦରରେ ନିର୍ମିତ ନୂତନ ମାର୍କେଟ କମ୍ପ୍ଲେକ୍ସ ଉଦ୍ଘାଟନ କରିଥିଲେ। ପରେ ଗୋଚ୍ଛାପଡା ଯାଇ ସେଠାରେ ୪ଟି ନୂତନ ବିଜୁ ସେତୁ ଯଥା ଟେଲାପାଲିରୁ ଗଞ୍ଜୁଖୋଲ ରାସ୍ତାର ନାଳ ଉପରେ ପୋଲ, ସଲାଗୁଡାରୁ ବଇପଙ୍ଗା ରାସ୍ତାର ବାଘ ନଦୀ ଉପରେ ପୋଲ, ସଲାଗୁଡା ରାସ୍ତାର ମାଣିଜିରୁ ନାଳ ଉପରେ ପୋଲ, କ୍ରାଣ୍ଡିବାଲିରୁ ପାହିରାଜୁ ରାସ୍ତା ବାଘ ନଦୀ ଉପରେ ପୋଲର ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ସାଧାରଣ ସଭାରେ ଯୋଗ ଦେଇଥିଲେ ା ଗୋଚ୍ଛାପଡାକୁ ଏକ ବ୍ଲକ କରିବା, ପିଲାମାନଙ୍କ ଭବିଷ୍ୟତକୁ ଦୃଷ୍ଟିରେ ର୍‌ଖି ଗୋଚ୍ଛାପଡାରେ ଯୁକ୍ତ ୨ କଲେଜ ଖୋଲିବା, ଗୋଚ୍ଛାପଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପରିଣତ କରିବା, ଗ୍ରାମଞ୍ଚଳକୁ ରାସ୍ତା କରିବା ଆଦି ଉପରେ ସ୍ଥାନୀୟ ସରପଞ୍ଚମାନେ ଦାବି କରିଥିଲେ ା ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ସଭା ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ରୋଦନ ମଲ୍ଲିକ, ଜିଲା ପର୍ଯ୍ୟବେକ୍ଷକଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ଜିଲା ପରିଷଦ ସଭ୍ୟ, ବିଜେଡି ଜିଲା କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri