୧୦ ଦିନରେ ଗଲାଣି ୪ ଜୀବନ

ସୋରଡା,୩୧ା୧୦(ଡି.ଏନ୍‌.ଏ.): ସୋରଡ଼ା ଥାନା ଅଞ୍ଚଳରେ ଦ୍ରୁତ ଗାଡିଚାଳନା ସମସ୍ୟା ସୃଷ୍ଟି କରୁଛି। ନାବାଳକ ତଥା ଅନଭିଜ୍ଞମାନେ ଦ୍ରୁତ ଗତିରେ ବାଇକ୍‌ ଚଲାଉଥିବାରୁ ଦୁର୍ଘଟଣା ବଢ଼ୁଛି। ବିଶେଷକରି ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଠାରୁ ସୋରଡା ଦେଇ ପିପଳପଙ୍କା ପର୍ଯ୍ୟନ୍ତ ଜାତୀୟ ରାଜପଥରେ କ୍ଷୀପ୍ରଗତିରେ ବାଇକ୍‌ ଚଲାଇବା ସମସ୍ତଙ୍କ ମୁଣ୍ଡବ୍ୟଥା ବଢାଇଛି। ଏପରିକି ଗାଡ଼ି ଚଳାଇବା ବେଳେ ହେଲମେଟ ବ୍ୟବହାର ନ କରିବା, ମୋବାଇଲରେ କଥା ହେବା ଓ ଗୋଟିଏ ବାଇକ୍‌ରେ ୩ଜଣ ଯିବା ସାଧାରଣ କଥା ହୋଇଛି। ଯେଉଁଥିପାଇଁ ଦୁର୍ଘଟଣା ଘଟି ଅକାଳରେ ବହୁମୂଲ୍ୟ ଜୀବନ ଚାଲିଯାଉଛି। ସୋରଡା-ଦାରିଙ୍ଗବାଡି ଜାତୀୟ ରାଜପଥର ଘଷିପଡା ନିକଟରେ ୨ ବାଇକ ମୁହାଁମୁହିଁ ଧକ୍କା ଫଳରେ ଉଭୟ ଗାଡିର ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଉକ୍ତ ଦିନ ନୂଆଗଡ ରାସ୍ତାରେ କାର ଧକ୍କାରେ ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ଜୀବନ ଯାଇଥିଲା। ଗତ ୧୦ଦିନ ମଧ୍ୟରେ ଅଞ୍ଚଳରେ ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିଲେ ମଧ୍ୟ ଏଥିପ୍ରତି କାହାର ଚେତା ପଶୁନି । ଅନ୍ୟପଟେ ଦ୍ରୁତଗତି ଯୋଗୁ ରାସ୍ତା ପାର୍ଶ୍ୱ ଗ୍ରାମ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। କରଡାବାଡି ଗ୍ରାମବାସୀ ଭୟରେ ରାସ୍ତା ପାର୍ଶରେ ଟାୟାର ରଖିବାକୁ ବାଧ୍ୟ ହୋଇଛନ୍ତି। ଯାହାଫଳରେ ସେଠାରେ ଗାଡିଗୁଡିକ ଧୀର ଗତିରେ ଯାଇପାରିବ। ମୋବାଇଲରେ କଥା ହୋଇ ଗାଡି ଚଳାଉଥିବା ଲୋକଙ୍କଠାରୁ ପୋଲିସ ମୋଟା ଅଙ୍କର ଅର୍ଥ ଆଦାୟ କଲେ ଯୁବବର୍ଗ ଏହି ଅଭ୍ୟାସରୁ ନିବୃତ ରହିବେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri