୪ ଜୀବନ ନେଲା ଦୁର୍ଘଟଣା

ଭଞ୍ଜନଗର/ବାଲିଗୁଡ଼ା,୧୦ା୭: ଗଞ୍ଜାମ ଓ କନ୍ଧମାଳ ଜିଲାରେ ବାଇକ୍‌ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗଞ୍ଜାମ ଜିଲା ଭଞ୍ଜନଗର ଖ୍ରୀଷ୍ଟିୟାନ ସାହିର ଅଭିଷେକ୍‌ ଗୌଡ଼, କଇଣ୍ଡିର ଆଲୋକ ସ୍ବାଇଁ ଓ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା କୁଟିକିଆ ଅଞ୍ଚଳର ସୁନିଲ ଦିଗାଲ, ସୁମନ୍ତ ପାତ୍ର।

ପ୍ରକାଶ ଯେ, ଆଲୋକ ରାତିରେ ଭଞ୍ଜନଗରରୁ ନିଜ ଗ୍ରାମ କଇଣ୍ଡିକୁ ବାଇକ୍‌ ଯୋଗେ ଫେରୁଥିଲେ। ଭଞ୍ଜନଗର ଆସିକା ମୁଖ୍ୟରାସ୍ତାର ଅଗଝୋଳ ପେଟ୍ରୋଲ ଟାଙ୍କି ସମ୍ମୁଖରେ ବିପରୀତ ଦିଗରୁ ବ୍ରହ୍ମପୁରରୁ ସ୍କୁଟି ଧରି ଆସୁଥିବା ଅଭିଷେକଙ୍କ ସହ ଆଲୋକଙ୍କ ମୁହାଁମୁହିଁ ଧକ୍କା ହୋଇଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଭଞ୍ଜନଗର ହସ୍ପିଟାଲକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ଆଲୋକଙ୍କୁ ମୃତ ଘୋଷଣା କରିଥିଲେ। ଅଭିଷେକଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ସେହିପରି ଶୁକ୍ରବାର ବିଳମ୍ବିତ ରାତିରେ ସୁନିଲ ଓ ସୁମନ୍ତ ଏକ ବାଇକ୍‌ରେ ବାଲିଗୁଡ଼ାରୁ କୁଟିକିଆ ଯାଉଥିଲେ। ବୁଡ୍ରୁକିଆ ପଞ୍ଚାୟତର ମାଦିନାଟ ନିକଟସ୍ଥ ଘାଟିରେ ଗାଡ଼ି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଶନିବାର ବାଲିଗୁଡ଼ା ପୋଲିସ ଓ ଦମକଳ ବାହିନୀ ପହଞ୍ଚତ୍ ୨ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri