ପାଣିରେ ଗଲା ୪ ଜୀବନ

ବାଲେଶ୍ୱର ଅଫିସ/ଯାଜପୁର ଟାଉନ/ଟାଙ୍ଗୀ(ଖୋର୍ଦ୍ଧା)(ଡି.ଏନ୍‌.ଏ.), ୨୦ା୪: ରାଜ୍ୟର ପୃଥକ୍‌ ସ୍ଥାନରେ ପାଣିରେ ବୁଡ଼ିଯାଇ ବୁଧବାର ୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଢ଼ାବଳଙ୍ଗ ନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ଦୁଇ ସମ୍ପର୍କୀୟ ଭାଇଙ୍କ ଜୀବନ ଯାଇଛି। ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଞ୍ଚଳରେ ଏଭଳି ଦୁଃଖଦ ଘଟଣା ଘଟିଛି। ସେହିପରି ସମ୍ପର୍କୀୟଙ୍କ ମୃତଦେହ ସଂସ୍କାର କାର୍ଯ୍ୟ ସାରି ସ୍ନାନ କରୁଥିବାବେଳେ ଜଣେ ଯୁବକ ବୈତରଣୀ ସୁଅରେ ଭାସିଯାଇଛନ୍ତି। ଯାଜପୁର ସହର ନିକଟ ଦଶାଶ୍ୱମେଧ ଘାଟରେ ଘଟିଛି ଏଭଳି ଅଘଟଣ। ଅନୁରୂପ ଭାବେ ଗାଧୋଉଥିବାବେଳେ ପୋଖରୀରେ ବୁଡ଼ିଯାଇ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅଞ୍ଚଳର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି।
ବାଲେଶ୍ୱର ଜିଲା ରେମୁଣା ବ୍ଲକ ପତୁକା ଶାସନ ଗ୍ରାମର ଜ୍ଞାନରଞ୍ଜନ ପଣ୍ଡାଙ୍କ ପୁଅ ତୁଷାରକାନ୍ତ (୧୭) ଏବଂ ଜ୍ଞାନରଞ୍ଜନଙ୍କ ଭଣଜା ତଥା ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ଗୁହ୍ୟାପାଳ ଗ୍ରାମର ବିକାଶ ପଣ୍ଡା (୮) ଗଁା ନିକଟ ବୁଢ଼ାବଳଙ୍ଗ ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ପ୍ରଥମେ ବିକାଶଙ୍କ ଗୋଡ଼ ଖସିଯାଇଥିଲା। ସେ ପାଣିରେ ବୁଡ଼ିଯାଉଥିବା ଦେଖି ତୁଷାରକାନ୍ତ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ହେଲେ ସେ ମଧ୍ୟ ପାଣିରେ ବୁଡ଼ି ଯାଇଥିଲେ। ରେମୁଣା ଅଗ୍ନିଶମ ବାହିନୀ ସହାୟତାରେ ପ୍ରଥମେ ତୁଷାରକାନ୍ତଙ୍କୁ ଉଦ୍ଧାର କରି ବୈଶିଙ୍ଗା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୀର୍ଘ ସମୟ ଖୋଜାଖୋଜି କରିବା ପରେ ଏକ ପଥରଖୋଲରୁ ବିକାଶଙ୍କ ମୃତଦେହ ଠାବ କରାଯାଇଥିଲା। ଶୋକାକୁଳ ପରିବେଶରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି।
ଯାଜପୁର ଥାନା ଅନ୍ତର୍ଗତ ହୀରାପୁର ଗ୍ରାମର ନୃସିଂହ ଚରଣ ମଲ୍ଲିକଙ୍କ ପୁଅ ନିଶିକାନ୍ତ ମଲ୍ଲିକ (୪୨) ସମ୍ପର୍କୀୟଙ୍କ ମୃତଦେହ ଦାହ କରିବା ପାଇଁ ବୈତରଣୀ ନଦୀର ଦଶାଶ୍ୱମେଧ ଘାଟ ବାରୁଣୀ ମହାଶ୍ମଶାନକୁ ଆସିଥିଲେ। ଦାହ କାର୍ଯ୍ୟ ଶେଷ ହେବାପରେ ଘାଟରେ ଗାଧୋଉଥିବାବେଳେ ଗୋଡ଼ ଖସିଯିବାରୁ ସେ ଗଭୀର ପାଣିରେ ନିଖୋଜ ହୋଇଯାଇଥିଲେ। ଅଗ୍ନିଶମ ବାହିନୀ ସହାୟତାରେ ତାଙ୍କୁ ଠାବ କରାଯାଇଥିଲା। ତେବେ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ବୈତରଣୀ ନଦୀରେ ବେଆଇନଭାବେ ବାଲି ଖୋଳାଯାଉଥିବା ସେଠାରେ ବିରାଟ ଗଣ୍ଡ ସୃଷ୍ଟି ହୋଇଛି। ପ୍ରଶାସନ ପକ୍ଷରୁ ଗଣ୍ଡ ସମ୍ପର୍କରେ ସୂଚନା ଫଳକ ଲଗାଯାଇ ନ ଥିବାରୁ ଏଭଳି ଅଘଟଣ ଘଟିଥିବା ଚର୍ଚ୍ଚା ହେଉଛି।
ଅନୁରୂପ ଭାବେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭଜାଗଡ଼ ଗ୍ରାମର ଆଲୋକ ବାରିକ (୧୦) ପୂର୍ବାହ୍ନରେ ବିଦ୍ୟାଳୟରୁ ଫେରି ସାଙ୍ଗସାଥୀଙ୍କ ସହ ଘର ନିକଟପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ ଗଭୀର ଜଳକୁ ଚାଲିଯିବାରୁ ବୁଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ପୋଖରୀରୁ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ଆଲୋକଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?