ଗନ୍ଧମାର୍ଦ୍ଦନରେ ୪ ମାଓବାଦୀ କ୍ୟାମ୍ପ ଧ୍ୱଂସ

ବରଗଡ଼ ଅଫିସ୍‌,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିବା ବେଳେ ମାଓବାଦୀଙ୍କ ସହିତ ଗୁଳି ବିନିମୟ ହୋଇଥିଲା। ମାତ୍ର ଏଥିରେ କେହି ମାଓବାଦୀ ମୃତାହତ ହୋଇଥିବା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଯବାନଙ୍କ ଗୁଳିର ସମ୍ମୁଖୀନ ହୋଇ ନ ପାରି ସେମାନେ ଛତ୍ରଭଙ୍ଗ ଦେଇ ପଳାଇଛନ୍ତି। ଘଟଣାସ୍ଥଳରୁ ଗୋଟିଏ ଅଫୁଟା ଗୁଳି, ୧୧ ଫୁଟା ଗୁଳି ସହିତ ମାଓବାଦୀଙ୍କ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ଅପରପକ୍ଷେ ଯବାନଙ୍କ ଆକ୍ରମଣରେ ସେଠାରେ ରହିଥିବା ୪ ମାଓବାଦୀ କ୍ୟାମ୍ପ ଧ୍ୱସ୍ତବିଧ୍ୱସ୍ତ ହୋଇଛି। ଏ ନେଇ ପାଇକମାଳ ଥାନାରେ ଏକ ମାମଲା (ନଂ.୧୩୧/୨୦୨୦) ରୁଜୁ ହୋଇଛି।
ରବିବାର ଜିଲା ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ପଦ୍ମିନୀ ସାହୁ ସୂଚନା ଦେଇ କହିଥିଲେ, ଗନ୍ଧମାର୍ଦ୍ଦନରେ ୧୦ରୁ୧୫ ସଶସ୍ତ୍ର ମାଓବାଦୀ ଅବସ୍ଥାନ କରି ହିଂସାତ୍ମକ କାଣ୍ଡ ଭିଆଇବାକୁ ଯୋଜନା ପ୍ରସ୍ତୁତ କରୁଥିଲେ। ସୂଚନା ପାଇ ବରଗଡ଼, ବଲାଙ୍ଗୀରର ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନମାନେ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଚଳାଇଥିଲେ। ଶନିବାର ସକାଳ ପ୍ରାୟ ସାଢ଼େ ୭ଟାରେ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପ୍ରାୟ ଅଧଘଣ୍ଟା ଧରି ଗୁଳି ବିନିମୟ ପରେ ପ୍ରବଳ ବର୍ଷା ହେବାରୁ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିଲେ।
ସମସ୍ତ ଯବାନ ସୁରକ୍ଷିତ ଅଛନ୍ତି। ସର୍ଚ୍ଚ ଅପରେଶନ ଜାରି ରହିଛି। ଏହା ସରିବା ପରେ ମାଓବାଦୀମାନେ ମୃତାହତ ହୋଇଛନ୍ତି କି ନାହିଁ, ଏ ସମ୍ପର୍କରେ ଜଣାପଡ଼ିବ ବୋଲି ଏସ୍‌ପି କହିଥିଲେ। ଯବାନମାନଙ୍କ ପକ୍ଷରୁ ୭୨ ରାଉଣ୍ଡ ଗୁଳି ଚାଳନା ହୋଇଥିଲା। ମାଓବାଦୀମାନେ କେତେ ରାଉଣ୍ଡ ଗୁଳିଚାଳନା କରିଥିଲେ, ତାହା ସ୍ପଷ୍ଟ ହୋଇନାହିଁ। ସମ୍ପୃକ୍ତ ମାଓବାଦୀମାନେ ବଲାଙ୍ଗୀର-ବରଗଡ଼-ମହାସମୁଦ ଡିଭିଜନ୍‌ର। ଘଟଣାସ୍ଥଳରୁ ମିଳିଥିବା ଟୋପିରୁ ସେମାନଙ୍କ ମଧ୍ୟରେ କ୍ୟାଡର ମାଓବାଦୀ ରହିଥିବା ଅନୁମାନ କରାଯାଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri