ପୋଲିସ ଗୁଳିରେ ଟଳିଲେ ୪ କ୍ୟାଡର ମାଓବାଦୀ

ବାଲିଗୁଡା,୫।୭.(ଡି.ଏନ୍‌.ଏ.): କନ୍ଧମାଳ ଜଙ୍ଗଲରେ ପୁଣି ପୋଲିସ-ମାଓବାଦୀ ଗୁଳିବିନମୟ। କନ୍ଧମାଳ ଜିଲା ପୋଲିସର ଏସ୍‌ଓଜି ଓ ଡିଭିଏଫ୍‌ର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଶନିବାର ରାତିରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ବଙ୍ଗରୁ ପାହାଡ଼ ଉପରେ ମିଳିତ ଟିମ୍‌ ପକ୍ଷରୁ ସର୍ଚ୍ଚ ଅପରେଶନ କରାଯାଉଥିଲା। କିନ୍ତୁ ଏହି ଅପରେସନ ସମୟରେ ପୋଲିସ-ମାଓବାଦୀ ମୁହାମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ତେବେ ମାଓବାଦୀ ମାନେ ଅଧିକ ସମୟ ପୋଲିସର ମୁକାବିଲା କରି ନ ପାରି ଅନ୍ଧାରର ସୁଯୋଗରେ ଛତ୍ରଭଙ୍ଗ ଦେଇ ଘଞ୍ଚ ଜଙ୍ଗଲ ମଧ୍ୟକୁ ଫେରାର ହୋଇଯାଥିଲେ। ରବିବାର ସକାଳୁ ଏସ୍‌ଓଜି ଟିମ ସର୍ଚ୍ଚ କରି ଏକ ମାଓ କ୍ୟାମ୍ପ ସହ ୪ ମାଓବାଦୀଙ୍କ ମୃତଦେହ ଠାବ କରିଥିବା ସୂଚନା ମିଳିଛି । ଏଥିସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି । ଖବର ଲେଖାଯିବା ସୁଦ୍ଧା ଜଙ୍ଗଲରେ ସର୍ଚ୍ଚ ଅପରେଶନ ଚାଲିଥିବା ବେଳେ ସମ୍ପୂର୍ଣ୍ଣ ତଥ୍ୟ ଏପର୍ଯ୍ୟନ୍ତ ହସ୍ତଗତ ହୋଇ ନ ଥିବା ଏସ୍‌ପି ପ୍ରତିକ ସିଂ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଯେ ଆସନ୍ତା ୨୬ ତାରିଖରୁ ଜିଲାରେ କାର୍ଯ୍ୟ କରୁଥିବା ମାଓବାଦୀ ସଂଗଠନ କେକେବିଏନ୍‌ ସହିଦ ସପ୍ତାହ ପାଳନ କରିବାକୁ ଯାଉଛି। ଏହି ଅବସରରେ ଜିଲାରେ ବଡ ଧରଣର ଅଘଟଣ ଘଟାଇବାର ଯୋଜନା ସଂଗଠନ କରିଛି। ଏଭଳି ସୂଚନା ପାଇବା ପରେ କନ୍ଧମାଳ ପୋଲିସ ଜିଲାରେ କୁମ୍ବିଂ ଅପରେଶନ ଜୋରଦାର କରିଛି। ୪ ଦିନ ତଳେ ଫିରିଙ୍ଗିଆ ଜଙ୍ଗଲରେ କୁମ୍ବିଂ ଅପରେସନ ବେଳେ ଏକ ମାଓ କ୍ୟାମ୍ପ ଠାବ କରାଯିବା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିଲା । କିନ୍ତୁ ଶିବିରରେ ଥିବା କ୍ୟାଡର ମାଓବାଦୀ ଦାସୁଲୁ, ଆକାଶ ପ୍ରମୁଖ ଫେରାର ହେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?