ପୋଲିସ ଗୁଳିରେ ଟଳିଲେ ୪ କ୍ୟାଡର ମାଓବାଦୀ

ବାଲିଗୁଡା,୫।୭.(ଡି.ଏନ୍‌.ଏ.): କନ୍ଧମାଳ ଜଙ୍ଗଲରେ ପୁଣି ପୋଲିସ-ମାଓବାଦୀ ଗୁଳିବିନମୟ। କନ୍ଧମାଳ ଜିଲା ପୋଲିସର ଏସ୍‌ଓଜି ଓ ଡିଭିଏଫ୍‌ର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଶନିବାର ରାତିରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ବଙ୍ଗରୁ ପାହାଡ଼ ଉପରେ ମିଳିତ ଟିମ୍‌ ପକ୍ଷରୁ ସର୍ଚ୍ଚ ଅପରେଶନ କରାଯାଉଥିଲା। କିନ୍ତୁ ଏହି ଅପରେସନ ସମୟରେ ପୋଲିସ-ମାଓବାଦୀ ମୁହାମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ତେବେ ମାଓବାଦୀ ମାନେ ଅଧିକ ସମୟ ପୋଲିସର ମୁକାବିଲା କରି ନ ପାରି ଅନ୍ଧାରର ସୁଯୋଗରେ ଛତ୍ରଭଙ୍ଗ ଦେଇ ଘଞ୍ଚ ଜଙ୍ଗଲ ମଧ୍ୟକୁ ଫେରାର ହୋଇଯାଥିଲେ। ରବିବାର ସକାଳୁ ଏସ୍‌ଓଜି ଟିମ ସର୍ଚ୍ଚ କରି ଏକ ମାଓ କ୍ୟାମ୍ପ ସହ ୪ ମାଓବାଦୀଙ୍କ ମୃତଦେହ ଠାବ କରିଥିବା ସୂଚନା ମିଳିଛି । ଏଥିସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି । ଖବର ଲେଖାଯିବା ସୁଦ୍ଧା ଜଙ୍ଗଲରେ ସର୍ଚ୍ଚ ଅପରେଶନ ଚାଲିଥିବା ବେଳେ ସମ୍ପୂର୍ଣ୍ଣ ତଥ୍ୟ ଏପର୍ଯ୍ୟନ୍ତ ହସ୍ତଗତ ହୋଇ ନ ଥିବା ଏସ୍‌ପି ପ୍ରତିକ ସିଂ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଯେ ଆସନ୍ତା ୨୬ ତାରିଖରୁ ଜିଲାରେ କାର୍ଯ୍ୟ କରୁଥିବା ମାଓବାଦୀ ସଂଗଠନ କେକେବିଏନ୍‌ ସହିଦ ସପ୍ତାହ ପାଳନ କରିବାକୁ ଯାଉଛି। ଏହି ଅବସରରେ ଜିଲାରେ ବଡ ଧରଣର ଅଘଟଣ ଘଟାଇବାର ଯୋଜନା ସଂଗଠନ କରିଛି। ଏଭଳି ସୂଚନା ପାଇବା ପରେ କନ୍ଧମାଳ ପୋଲିସ ଜିଲାରେ କୁମ୍ବିଂ ଅପରେଶନ ଜୋରଦାର କରିଛି। ୪ ଦିନ ତଳେ ଫିରିଙ୍ଗିଆ ଜଙ୍ଗଲରେ କୁମ୍ବିଂ ଅପରେସନ ବେଳେ ଏକ ମାଓ କ୍ୟାମ୍ପ ଠାବ କରାଯିବା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିଲା । କିନ୍ତୁ ଶିବିରରେ ଥିବା କ୍ୟାଡର ମାଓବାଦୀ ଦାସୁଲୁ, ଆକାଶ ପ୍ରମୁଖ ଫେରାର ହେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri