ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୪ ମନ୍ତ୍ରୀ-ବିଧାୟକ: ରାଜ୍ୟବାସୀଙ୍କ ବିକାଶ ଲାଗି କଲେ ପ୍ରାର୍ଥନା

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ଘଟିଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନସମାଗମ ହୋଇଥିବାବେଳେ ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା, ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର,ଆସିକା ବିଧାୟକ ସରୋଜ ପାଢୀ ଆସି ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ।

ଆଗାମୀ ଦିନରେ କିପରି ଓଡିଶାବାସୀଙ୍କ ବିକାଶ ହେବା ସହ ଓଡିଶା ଆଗକୁ ଯିବ ସେଥିନେଇ କାମନା କରିଛନ୍ତି। ଏହାସହ ଓଡିଶାର ପ୍ରମୁଖ ଶକ୍ତିପୀଠଗୁଡିକୁ ନେଇ ଶକ୍ତି କରିଡର ନାମରେ ଯୋଡିବା ଓ ସଂଯୋଗୀକରଣ କରି ବାହାରୁ ଆସୁଥିବା ଭକ୍ତମାନଙ୍କୁ ଦର୍ଶନ କରିବାର ସୁଯୋଗ ଯୋଗାଇ ଦେବାର ଲକ୍ଷ୍ୟ ରହି ଯୋଜନା ପ୍ରସ୍ତୁତ କରାଯାଉଛି। ଏପରିକି ହେଲିକାପ୍ଟର ଦ୍ବାରା ମଧ୍ୟ ସମସ୍ତ ଶକ୍ତିପୀଠ ସଂଯୋଗୀକରଣ ଦର୍ଶନ ବ୍ୟବସ୍ଥା କରିବାର ଲକ୍ଷ୍ୟ ରହିଥିବା ନେଇ ଉପମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତୀ କହିଛନ୍ତି। ମନ୍ତ୍ରୀମାନଙ୍କ ଏହି ଗ୍ରସ୍ତ ସମୟରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା,ଏସପି ଶୁଭେନ୍ଦୁ କୁମାର ପାତ୍ର, ପୁରୁଷୋତ୍ତମପୁର ଏସଡିପିଓ ଡ.ଦୀପକ କୁମାର ମିଶ୍ର, ଆଇଆଇସି ରାଜେଶ କୁମାର ନାୟକ ପ୍ରମୁଖଙ୍କ ସମେତ ସମସ୍ତ ପ୍ରଶାସନିକ ଅଧିକାରୀମାନେ ଉପସ୍ତିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?