ଟିକା ନେଇ ଚାଲିଗଲା ୪ ମାସର ଶିଶୁଙ୍କ ଜୀବନ: ଡାକ୍ତରଖାନାରେ ଭଙ୍ଗାରୁଜା

ନୟାଗଡ଼,୨୫।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ଓ ମାତୃ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ୪ ମାସର ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଶିଶୁ ହେଲେ ଓମ ପ୍ରକାଶ ଦଳେଇ। ଘର ନୟାଗଡ଼ ସଦର ଥାନା ରାଉତରାପୁର ଗାଁରେ। ଶିଶୁ ମୃତ୍ୟୁ ପରେ ଗୁରୁବାର ମଧ୍ୟାହ୍ନରେ ମାତୃ ଶିଶୁ ଚିକିତ୍ସାଳୟରେ ଉତ୍ତେଜନା ଦେଖାଦେଇଥିଲା। ଡାକ୍ତରଙ୍କ ଅବହେଳାକୁ ବିରୋଧ କରି ଚିକିତ୍ସାଳୟରେ ମଧ୍ୟାହ୍ନ ୧୨.୨୦ରୁ ଠେଲାପେଲା ୧୦ ମିନିଟ ଧରି ଧସ୍ତାଧସ୍ତି ହୋଇଥିଲା। ଏପରିକି ଆନ୍ଦୋଳନକାରୀ ଭଙ୍ଗାରୁଜା କରିବାକୁ ଉଦ୍ୟମ କରିଥିଲେ। ପୋଲିସ ପରିସ୍ଥିତି ନିୟନ୍ତ୍ରଣ କରିଥିଲେହେଁ ଉତ୍ତେଜନା ଥମିନି।
ଅଭିଯୋଗ ଅନୁସାରେ, ବୋଦାପଡା ଏଏନଏମ ସେଣ୍ଟରରେ ଏଏନଏମ ବୁଧବାର ପୋଲିଓ ଓ ଟିକା ଦେଇଥିଲେ। କିଛି ସମୟ ପରେ ଟିକା ନେବା ସ୍ଥାନରୁ ରକ୍ତ ବାହାରିଥିଲା। ଯାହା ବନ୍ଦ ହୋଇ ନ ଥିଲା। ଅବସ୍ଥା ଗୁରୁତର ହେବାରୁ ମା’ ଜ୍ୟୋତ୍ସା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସୁସ୍ଥ ହେବା ପରେ ଘରକୁ ନେଇଥିଲେ। ତେବେ ଗୁରୁବାର ସକାଳେ ପୁଣି ରକ୍ତ ାବ ହେବ ସହ ଶିଶୁ ଗୁରୁତର ହୋଇଥିଲା। ପରେ ଶିଶୁର ମୃତ୍ୟୁ ହୋଇଥିଲା। ଏନେଇ ନୟାଗଡ଼ ଟାଉନ ଥାନାରେ ଅଭିଯୋଗ ହୋଇଛ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri