୪ମାସ ପରେ ସାମ୍ନାକୁ ଆସିଲା ବଳାତ୍କାର ଘଟଣା

ଟିଟିଲାଗଡ଼,୧୮।୧: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପଖଣ୍ଡ ସରକାରୀ ଡାକ୍ତରଖାନାରେ ଜଣେ ଦଳିତ ଭିନ୍ନକ୍ଷମ ନାବାଳିକା ବଳାତ୍କାରର ଶିକାର ହୋଇଛନ୍ତି। ବଳାତ୍କାରର ପ୍ରାୟ ୪ମାସ ପରେ ନାବାଳିକା ଅନ୍ତସତ୍ତ୍ୱା ହେବା ପରେ ଘଟଣା ସାମନାକୁ ଆସିଛି। ପରିବାର ଲୋକେ ଏ ନେଇ ସୋମବାର ଟିଟିଲାଗଡ ଉପଜିଲାପାଳ ଏବଂ ପରେ ଥାନାରେ ଫେରାଦ ହୋଇଛନ୍ତି। ଅଭିଯୋଗ ଅନୁଯାୟୀ, ମୁରିବାହାଲ ଥାନା ଅଞ୍ଚଳର ଜନୈକା ୧୪ ବର୍ଷର ନାବାଳିକା ଗତ ସେପ୍ଟେମ୍ବରରେ ଟିଟିଲାଗଡ ଉପଖଣ୍ଡ ମୁଖ୍ୟ ଡାକ୍ତରଖାନା ଶିଶୁ ରୋଗ ୱାର୍ଡରେ ଅବସ୍ଥାନ କରୁଥିବା ସମୟରେ ବଳାତ୍କାରର ଶିକାର ହୋଇଛନ୍ତି। ନିଜ ଭିନ୍ନକ୍ଷମ ଭାଇଙ୍କ ଚିକିତ୍ସା ପାଇଁ ବୃଦ୍ଧା ମା’ଙ୍କ ସହିତ ଆସି ଶିଶୁ ୱାର୍ଡରେ ରହିଥିଲେ। ଦିନେ ରାତିରେ ସେ ଶୋଇଥିବା ବେଳେ ଜଣେ ଯୁବକ ତାଙ୍କୁ ଜୋର ଜବରଦସ୍ତି ଓ୍ବାର୍ଡ ପରିସରରେ ଥିବା ପାଇଖାନାକୁ ଉଠାଇ ନେଇ ବଳାତ୍କାର କରିଥିଲେ। କାହାକୁ କହିଲେ ଜୀବନରୁ ମାରିଦେବି ବୋଲି ଧମକ ଦେଇଥିଲେ। ଏନେଇ ନାବାଳିକା ଜଣକ ଚୁପ୍‌ ରହିଥିଲେ। ତେବେ ଗତ ୧୬ ତାରିଖରେ ଅସୁସ୍ଥ ହେବା ପରେ ପରିବାର ଲୋକେ ତାଙ୍କୁ ଟିଟିଲାଗଡ ଉପଖଣ୍ଡ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆଣିଥିଲେ। ସେଠାରେ ଡାକ୍ତର ନାବାଳିକା ଜଣକ ଗର୍ଭବତୀ ଥିବା ସ୍ପଷ୍ଟ କରିଥିଲେ। ଅଭିଯୁକ୍ତ ଆହାର କେନ୍ଦ୍ରର କର୍ମଚାରୀ ଏବଂ ସେ ଡାକ୍ତରଖାନା ରୋଗୀଙ୍କୁ ପ୍ରତିଦିନ ଖାଦ୍ୟ ପରଶୁଥିବା ଚିହ୍ନଟ ହୋଇଛନ୍ତି। ଏନେଇ ସୋମବାର ପୀଡିତା ନାବାଳିକାଙ୍କ ପରିବାର ଲୋକଙ୍କ ସହ ଟିଟିଲାଗଡ ଉପଜିଲାପାଳଙ୍କୁ ନ୍ୟାୟ ପାଇଁ ଫେରାଦ ହୋଇଥିଲେ। ଏହି ଘଟଣାରେ ଅଭିଯୁକ୍ତଙ୍କୁ ଅଟକ ରଖି ପୋଲିସ ପଚରାଉଚୁରା କରୁଛି। ଅବିଳମ୍ବେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସ୍ଥାନୀୟ କଂଗ୍ରେସ ଓ ଭାଜପା ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri