ସରକାରଙ୍କ କରୋନା ଚିନ୍ତା: ଗଞ୍ଜାମ ଜିଲାକୁ ଗଲେ ୪ ଡିଏସ୍‌ପି

କଟକ ଅଫିସ,୫।୭- ଗଞ୍ଜାମ ଜିଲାରେ ବଢୁଥିବା କରୋନା ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରଙ୍କ କଟକଣାକୁ ଲୋକମାନେ ମାନିବାରେ ଅବହେଳା କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ଜିଲାକୁ ସ୍ବତନ୍ତ୍ର ଭାବେ ୪ ଜଣ ଡିଏସ୍‌ପିଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନେ ହେଲେ ସମ୍ବଲପୁର ପୋଲିସ ମୁଖ୍ୟାଳୟର ଡିଏସପି ହିମାଂଶୁ ଶେଖର ବେହେରା, କୋରାପୁଟ ସମନ୍ବିତ ମାନବ ଚାଲାଣ ନିରୋଧ ୟୁନିଟ(ଆଇଏଏଚ୍‌ଟିୟୁ)ର ଡିଏସ୍‌ପି ତପନ କୁମାର ମହାନନ୍ଦା, କଳାହାଣ୍ଡି ପୋଲିସ ମୁଖ୍ୟାଳୟର ଡିଏସ୍‌ପି ଗଣନିଧି ମଲ୍ଲିକ ଏବଂ କଟକ ସିଆଇଡି ସିବିର ଡିଏସ୍‌ପି ରିତେଶ କୁମାର ମହାପାତ୍ର। ଏମାନଙ୍କୁ ଗଞ୍ଜାମ ପୋଲିସ ଜିଲାର ୪ଟି ଉପଖଣ୍ଡ ପ୍ରଦାନ କରାଯାଇଛି। ହିମାଂଶୁ ଶେଖର ଆସିକା ସବ୍‌ଡିଭିଜନ, ତପନ କୁମାର ଭଞ୍ଜନଗର ଉପଖଣ୍ଡ, ଗୁଣନିଧି ଛତ୍ରପୁର ଉପଖଣ୍ଡ ଏବଂ ରିତେଶ କୁମାରଙ୍କୁ ପୁରୁଷୋତ୍ତମପୁର ଉପଖଣ୍ଡ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ଅଫିସରମାନେ କଟକଣାକୁ ପାଳନ, ତନଖି ଫାଟକର ତଦାରଖ, ଶଟ୍‌ଡାଉନ୍‌ ଏବଂ ଲକ୍‌ଡାଉନ୍‌ର ଅନୁପାଳନ, ବଜାରରେ ସାମାଜିକ ଦୂରତା ରକ୍ଷା କରିବା, ବିଶୋଧନ, କଣ୍ଟେନମେଣ୍ଟ ଜୋନ୍‌, ପୋଲିସ ଅଧିକାରୀଙ୍କ ଆକ୍ରାନ୍ତ ସ୍ଥିତି ଭଳି କାର୍ଯ୍ୟର ତଦାରଖ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର,୫ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?