ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

ଭୁବନେଶ୍ୱର, ୧୫ା୨(ବ୍ୟୁରୋ): ‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କରାଯିବ। ଏଥିପାଇଁ ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ବିଗତ କିଛିବର୍ଷ ମଧ୍ୟରେ ରାଜ୍ୟରେ ୭ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଛି। କଳାହାଣ୍ଡି, ତାଳଚେର, ଯାଜପୁର ଓ କନ୍ଧମାଳରେ ଆଉ ୪ଟି ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯାଉଛି। ଏ ନେଇ ମଙ୍ଗଳବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି। ଲୋକସେବା ଭବନରେ ବରିଷ୍ଠ ଅଧିକାରୀ ସମ୍ମିଳନୀର ପୂର୍ବାହ୍ନ ଅଧିବେଶନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସମ୍ବନ୍ଧିତ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ‘ଆମ ହସ୍ପିଟାଲ୍‌’ ଏବଂ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଆଲୋଚନାର ମୁଖ୍ୟ ବିଷୟବସ୍ତୁ ଥିଲା। ସ୍ବାସ୍ଥ୍ୟ ସଚିବ କହିଲେ, ଅନୁଗୋଳ, ବଡ଼ବିଲ, ଝାରସୁଗୁଡା ଏବଂ ଭଦ୍ରକରେ ମେଡିକାଲ କଲେଜ ବଦଳରେ ପିପିପି ମୋଡ୍‌ରେ ସ୍ପେଶିଆଲିଟି ହସ୍ପିଟାଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ କାର୍ଯ୍ୟ ୨୦୨୩ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ତେବେ ଝାରସୁଗୁଡ଼ାଠାରେ ସ୍ବତନ୍ତ୍ର କ୍ୟାନ୍‌ସର ଓ ହୃଦରୋଗ ହସ୍ପିଟାଲ ପିପିପି ମୋଡ୍‌ରେ ଆରମ୍ଭ କରାଯିବ ବୋଲି ସଚିବ କହିଛନ୍ତି।
ରାଜ୍ୟରେ ଖାଲି ପଡ଼ିଥିବା ଡାକ୍ତରୀ ପଦବୀକୁ ନେଇ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କହିଲେ, ୩ ହଜାର ଡାକ୍ତର ପଦବୀ ପାଇଁ ଓପିଏସ୍‌ସି ଅଧୀନରେ ଚୟନ କରାଯାଇଛି। ସେପ୍ଟେମ୍ବର ସୁଦ୍ଧା ନିଯୁକ୍ତି ପତ୍ର ଦିଆଯିବ। ଏହାପରେ ଆଉ ୫ ହଜାର ପଦବୀ ପାଇଁ ଓପିଏସ୍‌ସି ଅଧୀନରେ ଚୟନ କରାଯାଇ ନିଯୁକ୍ତି ଦିଆଯିବାକୁ ଯୋଜନା କରାଯାଇଛି। ସେହିପରି ବିଏସ୍‌କଓ୍ବୋଇକୁ ସମ୍ପ୍ରସାରଣ କରାଯାଉଛି। ରାଜ୍ୟ ବାହାରେ ୫୦୦ ହସ୍ପିଟାଲକୁ ବିଏସ୍‌କଓ୍ବୋଇରେ ସାମିଲ କରାଯାଇଛି। ପ୍ରତ୍ୟେକ ଦିନ ନୂଆ ନୂଆ ହସ୍ପିଟାଲକୁ ସାମିଲ କରିବାକୁ କାର୍ଯ୍ୟ ଜାରି ରହିଛି। ବିଏସ୍‌କଓ୍ବୋଇରେ ଏବେଯାଏ ରାଜ୍ୟରେ ୯୬.୫ ଲକ୍ଷ ପରିବାରରୁ ୯୭ ପ୍ରତିଶତ ଲୋକେ ଉପକୃତ ହେଉଛନ୍ତି ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସଚିବଙ୍କ ସମେତ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବଲାଙ୍ଗୀର ଜିଲାପାଳ ଚଞ୍ଚଲ ରଣା ଏବଂ ଦେବଗଡ଼ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଏହି ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri