କରୋନା ନୂଆ ଷ୍ଟ୍ରେନ୍‌ରେ ଆଉ ୪ ସଂକ୍ରମିତ ହେବା ପରେ ସଂଖ୍ୟା ଛୁଇଁଲା ୨୯: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧ ।୧: ଦେଶରେ କରୋନାର ନୂଆ ଷ୍ଟ୍ରେନ୍‌ରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର କରୋନାର ନୂଆ ଷ୍ଟ୍ରେନରେ ଆଉ ୪ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ନେଇ ଏବେ ଦେଶରେ ମୋଟ ନୂଆ ଷ୍ଟ୍ରେନ୍ ସଂକ୍ରମିତଙ୍କ ସଂଖ୍ୟା ୨୯ ଛୁଇଁଛି । ସୂଚନାଯୋଗ୍ୟ, ମଙ୍ଗଳବାର ପର୍ଯ୍ୟନ୍ତ ଏହା ମାତ୍ର ୬ ଥିବା ବେଳେ ୩ ଦିନ ଭିତରେ ଏହା ୨୯ରେ ପହଞ୍ଚିଛି । ଏବେ ପର୍ଯ୍ୟନ୍ତ କେବଳ ୧୦୭ ସାମ୍ପଲର ରିପୋର୍ଟ ଆସିଛି ଯେଉଁମାନଙ୍କ ମଧ୍ୟରୁ ୨୯ ଜଣ ବ୍ରିଟେନର ନୂଆ ଷ୍ଟ୍ରେନ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସବୁଠାରୁ ଅଧିକ ରାଜଧାନୀ ଦିଲ୍ଲୀ ଲ୍ୟାବରେ ଅର୍ଥାତ୍ ୮ ଜଣଙ୍କୁ ଚିହ୍ନଟ କରାଯାଇଛି । ଅନ୍ୟପଟେ ଚାଇନାରେ ବି କରୋନା ନୂଆ ଷ୍ଟ୍ରେନର ପ୍ରଥମ ଘଟଣା ଦେଖିବାକୁ ମିଳିଛି । ପ୍ରଥମେ ଏହି ନୂଆ ଷ୍ଟ୍ରେନ୍ ବ୍ରିଟେନରେ ଦେଖାଦେଇଥିବା ବେଳେ ଏବେ ଏହା ଆହୁରି କେତେକ ଦେଶକୁ ବ୍ୟାପି ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri