Categories: ଜାତୀୟ

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ଟଳିପଡିଲେ ୪ ନକ୍ସଲ

ପାଟନା,୧୦।୯: ବିହାରର ପଶ୍ଚିମ ଚମ୍ପାରନର ବାଗହା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ସୂଚନା ମିଳିବା ପରେ ସୀମା ସଶସ୍ତ୍ର ବଳ ଓ ସ୍ପେଶାଲ ଟାକ୍ସ ଫୋର୍ସ(ଏସଟିଏଫ) ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା। ପୋଲିସ ଏବଂ ନକ୍ସଲ ମଧ୍ୟରେ ଗୁଳି ବିନିମୟରେ ଚାଲିଥିଲା। ଏଥିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ ହୋଇଛି।

Share