ଗଞ୍ଜାମର ୪ ଏନ୍‌ଏସଏସ ସ୍ବେଚ୍ଛାସେବୀ ପୁରସ୍କୃତ: କଲେଜ ପାଇଁ ଆଣିଲେ ଗୌରବ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ):ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଗତ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସଂହତି ଶିବିର ଅନୁଷ୍ଟିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧିନ ବିଭିନ୍ନ ମହାବିଦ୍ୟାଳୟରୁ ୧୪ ଜଣ ଏନଏସଏସ ସ୍ବେଚ୍ଛାସେବୀ ଗାଲେରୀ କଲେଜର ଜାତୀୟ ସେବା ଯୋଜନା ଅଧିକାରୀ ଦୁର୍ଗା ମାଧବ ଦାସଙ୍କ ନେତୃତ୍ୱରେ ଯାଇଥିଲେ। ସେଥିମଧ୍ୟରୁ ଗଞ୍ଜାମ ଜିଲାର ୪ ଜଣ ସ୍ବେଚ୍ଛାସେବୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି।
ସଙ୍ଗୀତରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଛାତ୍ରୀ ଅନିଶା ରାଣୀ ସାମଲ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି। ଏଥିସହ ବ୍ରହ୍ମପୁର ବିଜୁ ପଟ୍ଟନାୟକ ହୋମିଆପଥି କଲେଜର ବୀଷ୍ଠୁ ପ୍ରସାଦ ବେହେରା ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ବକୃତା ପ୍ରତିଯୋଗିତାରେ ବ୍ରହ୍ମପୁର ପାରଳା ମହାରାଜା ଇଞ୍ଜିନିୟରିଂ କଲେଜର ଛାତ୍ରୀ ତେଜସୀନି ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ନୃତ୍ୟରେ ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟର ଛାତ୍ର ସୁବ୍ରତ କୁମାର ସାହୁ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଶିବିରରେ ଯୋଗ ଦେଇଥିବା ଅନ୍ୟ ସ୍ବେଚ୍ଛାସେବୀମାନେ ହେଲେ ଗାଲେରୀ କଲେଜର ଗୀତିକା ଜାନି, ବ୍ରହ୍ମପୁର ହୋମିଆପ୍ୟାଥି କଲେଜର ଦିବ୍ୟଜ୍ୟୋତି, କେନ୍ଦୁପଦର କଲେଜର ଆଶୁତୋଷ ନାୟକ, ବିଶ୍ୱବିଦ୍ୟାଳୟର ଦୀପିକା ନାୟକ, ବର୍ଷାରାଣୀ ପ୍ରଧାନ, ଭଞ୍ଜନଗର ସାିତ୍ରୀ ମହିଳା ମହାବିଦ୍ୟାଳୟର ରୁଦ୍ରାକ୍ଷ ନାୟକ, ଭିଷ୍ମଗିରି କଲେଜର ହିତେଶ ପ୍ରଧାନ, ମୋହନା କଲେଜର ଗୌର ନାୟକ, କବିସୂର୍ଯ୍ୟନଗର କଲେଜର ପୋଲକି ପବାନି , ଟିକାବାଲି କଲେଜର ଶଙ୍କର କହଁର, ଜି ଉଦୟଗିରି କଲେଜର ମିହିର ମଲ୍ଲିକ ସ୍ବେଚ୍ଛାସେବୀ ଭାବେ ଯୋଗଦେଇ କଲେଜର ଗୌରବ ବଢ଼ାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri