ପୁରସ୍କୃତ ହେଲେ ୪ ଓଡ଼ିଆ

ଭୁବନେଶ୍ୱର,୧୭।୯(ଶର୍ମିଷ୍ଠା ପାଣିଗ୍ରାହୀ)କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶନିବାର ଦେଶର ମୋଟ ୮୪ଜଣ ବର୍ଷୀୟାନ କଳାକାରଙ୍କୁ ‘ସଙ୍ଗୀତ ନାଟକ ଏକାଡେମୀ ଅମ୍ରିତ ପୁରସ୍କାର ୨୦୨୨’ ପ୍ରଦାନ କରାଯାଇଛି। ଓଡ଼ିଶାରୁ ୪ କଳାକାରଙ୍କୁ ଏହି ମର୍ଯ୍ୟାଦାଜନକ ଜାତୀୟ ପୁରସ୍କାର ମିଳିଛି। ସେମାନେ ହେଲେ ନାଟକ କ୍ଷେତ୍ରରେ ଅନନ୍ତ ମହାପାତ୍ର, ଲୋକସଙ୍ଗୀତ ବ୍ରହ୍ମବୀଣା ପାଇଁ ଆନନ୍ଦ ବାଗ, ଛଉନୃତ୍ୟ ପାଇଁ ସିଦ୍ଧେଶ୍ୱର ଦାସ ଓ ଗୋଟିପୁଅ ନୃତ୍ୟ ପାଇଁ ଗୋବିନ୍ଦ ଚନ୍ଦ୍ର ପାଲ୍‌। ପୁରସ୍କାର ବାବଦରେ ସମସ୍ତଙ୍କୁ ୧ଲକ୍ଷ ଟଙ୍କାର ଅର୍ଥରାଶି ସହ ତାମ୍ରପତ୍ର ଓ ଅଙ୍ଗବସ୍ତ୍ର ଦିଆଯାଇଛି। ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପ ରାଷ୍ଟ୍ରପତି ଜଗଦୀପ ଧନକର ସମସ୍ତ କଳାକାରମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ଅର୍ଜୁନ୍‌ ରାମ ମେଘୱାଲ୍‌, ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ ମୀନାକ୍ଷୀ ଲେଖି, ଏକାଡେମୀ ଅଧ୍ୟକ୍ଷ ଡ. ସା ପୁରେଚ୍ଛା ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ପରଫର୍‌ମିଂ ଆର୍ଟ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ଜାରି ରଖିଥିବା ୭୫ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ କଳାକାର ଯେଉଁମାନେ ଜାତୀୟ ପୁରସ୍କାର ପାଇନାହାନ୍ତି ସେମାନଙ୍କୁ ଏହି ପୁରସ୍କାର ଦିଆଯାଇଛି। ୨୫ ଅକ୍ଟୋବର ୨୦୨୨ରେ ପ୍ରଥମଥର ଏହି ପୁରସ୍କାର ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri