ପୁରସ୍କୃତ ହେଲେ ୪ ଓଡ଼ିଆ

ଭୁବନେଶ୍ୱର,୧୭।୯(ଶର୍ମିଷ୍ଠା ପାଣିଗ୍ରାହୀ)କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶନିବାର ଦେଶର ମୋଟ ୮୪ଜଣ ବର୍ଷୀୟାନ କଳାକାରଙ୍କୁ ‘ସଙ୍ଗୀତ ନାଟକ ଏକାଡେମୀ ଅମ୍ରିତ ପୁରସ୍କାର ୨୦୨୨’ ପ୍ରଦାନ କରାଯାଇଛି। ଓଡ଼ିଶାରୁ ୪ କଳାକାରଙ୍କୁ ଏହି ମର୍ଯ୍ୟାଦାଜନକ ଜାତୀୟ ପୁରସ୍କାର ମିଳିଛି। ସେମାନେ ହେଲେ ନାଟକ କ୍ଷେତ୍ରରେ ଅନନ୍ତ ମହାପାତ୍ର, ଲୋକସଙ୍ଗୀତ ବ୍ରହ୍ମବୀଣା ପାଇଁ ଆନନ୍ଦ ବାଗ, ଛଉନୃତ୍ୟ ପାଇଁ ସିଦ୍ଧେଶ୍ୱର ଦାସ ଓ ଗୋଟିପୁଅ ନୃତ୍ୟ ପାଇଁ ଗୋବିନ୍ଦ ଚନ୍ଦ୍ର ପାଲ୍‌। ପୁରସ୍କାର ବାବଦରେ ସମସ୍ତଙ୍କୁ ୧ଲକ୍ଷ ଟଙ୍କାର ଅର୍ଥରାଶି ସହ ତାମ୍ରପତ୍ର ଓ ଅଙ୍ଗବସ୍ତ୍ର ଦିଆଯାଇଛି। ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପ ରାଷ୍ଟ୍ରପତି ଜଗଦୀପ ଧନକର ସମସ୍ତ କଳାକାରମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ଅର୍ଜୁନ୍‌ ରାମ ମେଘୱାଲ୍‌, ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ ମୀନାକ୍ଷୀ ଲେଖି, ଏକାଡେମୀ ଅଧ୍ୟକ୍ଷ ଡ. ସା ପୁରେଚ୍ଛା ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ପରଫର୍‌ମିଂ ଆର୍ଟ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ଜାରି ରଖିଥିବା ୭୫ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ କଳାକାର ଯେଉଁମାନେ ଜାତୀୟ ପୁରସ୍କାର ପାଇନାହାନ୍ତି ସେମାନଙ୍କୁ ଏହି ପୁରସ୍କାର ଦିଆଯାଇଛି। ୨୫ ଅକ୍ଟୋବର ୨୦୨୨ରେ ପ୍ରଥମଥର ଏହି ପୁରସ୍କାର ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri