୪ ଅଫିସରଙ୍କୁ ବଡ଼ ଦାୟିତ୍ୱ: ଘଟଣାସ୍ଥଳକୁ ଯିବାକୁ ମନ୍ତ୍ରୀ ଏବଂ ସିଆରସିଙ୍କୁ ନିର୍ଦ୍ଦେଶ

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ ନ ଥିବା ବେଳେ ସଂଖ୍ୟା ବଢ଼ୁଥିବା ଅନୁମାନ କରାଯାଉଛି। ଯାହାକି ଆକଳନ କରିବା କଷ୍ଟକର ହୋଇ ପଡ଼ୁଛି। ମୃତକଙ୍କ ସଂଖ୍ୟା ୫୦ରୁ ଊର୍ଦ୍ଧ୍ୱ ରହିଛି।
ଘଟଣାସ୍ଥଳକୁ ଯିବାକୁ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ସତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ୪ବରିଷ୍ଠ ଅଧିକାରୀ ହେମନ୍ତ ଶର୍ମା, ବଲଓ୍ବନ୍ତ ସିଂ, ଅରବିନ୍ଦ ଅଗ୍ରଓାଲଙ୍କ ସହ ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀଙ୍କୁ ଉଦ୍ଧାର କାର୍ଯ୍ୟ ଏବଂ ହସ୍ପିଟାଲ ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri