ଓମାନରେ ୮ ଓଡ଼ିଆ ଶ୍ରମିକ ନିର୍ଯାତିତ

ବାଲୁଗଁ।/ବାଣପୁର, ୨୨।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟ କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ ଠିକାଦାର ବୋଲି ପରିଚୟ ଦେଇ ଗରିବ ଲୋକଙ୍କୁ ଅଧିକ ଟଙ୍କା ରୋଜଗାର ଆଶା ଦେଖାଇ ବାହାର ରାଜ୍ୟକୁ ନେଉଛନ୍ତି। ସେଠାରେ ସେମାନେ କମ୍ପାନୀରେ ନିମ୍ନ ମଜୁରି ସହ ନିର୍ଯାତନାର ଶିକାର ହେଉଛନ୍ତି। ଏହିକ୍ରମରେ ଖୋର୍ଦ୍ଧା ଜିଲା ବାଣପୁର ଅଞ୍ଚଳର ୫ ଓ ଗଞ୍ଜାମ ଜିଲାର ୩ଜଣ ଶ୍ରମିକ ଓମାନର ମସ୍କାଟ ସହରରେ ନିର୍ଯାତିତ ହେଉଛନ୍ତି। ସେମାନଙ୍କୁ ସେଠାରୁ ଆଣିବା ପାଇଁ ପରିବାରଲୋକ ବାଲୁଗଁ। ସହକାରୀ ଶ୍ରମ-ଅଧିକାରୀଙ୍କୁ ନିବେଦନ କରିବା ସହ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି।
ଅଭିଯୋଗ ମୁତାବକ, ଅଧିକ ରୋଜଗାର ଆଶାରେ ବାଣପୁର ବ୍ଲକ ଅଞ୍ଚଳର ଜଣେ ଏଜେଣ୍ଟଙ୍କ ମାଧ୍ୟମରେ ୪ବର୍ଷ ପୂର୍ବେ ଓମାନର ମସ୍କାଟ ସହରସ୍ଥିତ ଏକ କମ୍ପାନୀରେ କାମ କରିବା ପାଇଁ ଚନ୍ଦନ ବେହେରା, ଅଶୋକ କୁମାର ବେହେରା, ସନ୍ତୋଷ କୁମାର ଦଳାଇ, ସୁରେଶ ପ୍ରଧାନ, ଅଲେଖ ପରିମାଣିକ, କାଳୁ ଚରଣ ଜେନା, ଜଗନ୍ନାଥ ପଲାଇ ଓ ବୁଲୁ ନାୟକ ଯାଇଥିଲେ। ଦୀର୍ଘ ୧୧ମାସ ହେବ ଉକ୍ତ କମ୍ପାନୀ କର୍ତ୍ତୃପକ୍ଷ ଶ୍ରମିକଙ୍କ କାର୍ଯ୍ୟ ସହ ପାରିଶ୍ରମିକ ବନ୍ଦ କରିଦେଇଥିଲେ। ଏପରିକି ସେମାନଙ୍କୁ ଖାଇବାକୁ ମଧ୍ୟ ଦିଆଯାଉ ନାହିଁ। କମ୍ପାନୀ କର୍ତ୍ତୃପକ୍ଷଙ୍କ ବିରୋଧରେ ସ୍ବର ଉତ୍ତୋଳନ କଲେ ମିଳୁଛି ଅକଥନୀୟ ନିର୍ଯାତନା। ଫଳରେ ସେମାନଙ୍କ ନିକଟରେ ଥିବା ସଞ୍ଚିତ ଅର୍ଥ ସରିଯିବାରୁ ଭୋକଉପାସରେ ସେଠାରେ ଦିନ କାଟୁଛନ୍ତି। ସେମାନଙ୍କୁ ସେଠାରୁ ଉଦ୍ଧାର କରିବା ପାଇଁ ମୋବାଇଲରେ ଭିଡିିଓ କଲ କରି ନିଜ ପରିବାରଲୋକଙ୍କୁ ଗୁହାରି କରିଛନ୍ତି। ବହୁ ଚେଷ୍ଟା ସତ୍ତ୍ୱେ ପୁଅକୁ ଫେରାଇ ଆଣିବା ପାଇଁ ବିଫଳ ହେବା ପରେ ଆୟତ୍ତପୁର ଗ୍ରାମର ଚନ୍ଦନଙ୍କ ମା’ ପଞ୍ଚେଇ ବେହେରା ଗତ ସୋମବାର ବାଲୁଗଁ। ସହକାରୀ ଶ୍ରମ-ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲେ। ତୁରନ୍ତ ସେମାନଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନିବେଦନ କରିଛନ୍ତି। ଏ ସମ୍ପର୍କରେ ସହକାରୀ ଶ୍ରମ ଅଧିକାରୀ ଚନ୍ଦନ ମାଝୀ କହିଛନ୍ତି, ଅଭିଯୋଗ ସମ୍ପର୍କରେ ଖୋର୍ଦ୍ଧା ଜିଲାପାଳ ଏବଂ ରାଜ୍ୟ ଶ୍ରମ କମିଶନରଙ୍କୁ ଅବଗତ କରାଯାଇଛି। ତୁରନ୍ତ ୮ ଶ୍ରମିକଙ୍କୁ ଗ୍ରାମକୁ ଫେରାଇ ଆଣିବା ପାଇଁ ଚେଷ୍ଟା ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?