ମେ’ ଶେଷ ପର୍ଯ୍ୟନ୍ତ ୪ ଯୋଡ଼ା ସ୍ପେଶାଲ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୧୪।୫ (ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ଟ୍ରେନ୍‌ରେ ଯାତ୍ରୀ ସଂଖ୍ୟା ଧିରେ ଧିରେ କମିବାକୁ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ଶୃଙ୍ଖଳକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ପରିସୀମାରୁ ଛାଡୁଥିବା ୪ ଯୋଡା ସ୍ପେଶାଲ ଏକ୍ସପ୍ରେସ୍‌କୁ ବାତିଲ କରାଯାଇଛି। ଚଳିତ ମାସ ଶେଷ ପର୍ଯ୍ୟନ୍ତ ଏହି ଟ୍ରେନ୍‌ଗୁଡିକୁ ଉଭୟ ପାର୍ଶ୍ୱରୁ ବନ୍ଦ ରହିବ। ପୁରୀ-ଏଲ୍‌ଟିଟି-ପୁରୀ ସାପ୍ତାହିକ ସ୍ପେଶାଲ ଏକ୍ସପ୍ରେସ (୦୨୮୬୬/୦୨୮୬୫) ପୁରୀଠାରୁ ଆସନ୍ତା ୧୮ ଓ ୨୫ ତାରିଖ ଦିନ ଓ ଏଲ୍‌ଟିଟିଠାରୁ ଆସନ୍ତା ୨୦ ଓ ୨୭ ତାରିଖ ଦିନ ବାତିଲ ରହିବ। ସେହିପରି ଭୁବନେଶ୍ୱର-ଏଲଟିଟି-ଭୁବନେଶ୍ୱର ଦ୍ୱି-ସାପ୍ତାହିକ ସ୍ପେଶାଲ ଏକ୍ସପ୍ରେସ୍‌ (୦୨୮୮୦/୦୨୮୭୯) ଭୁବନେଶ୍ୱରଠାରୁ ଆସନ୍ତା ୧୭,୨୦,୨୪ ଓ ୨୭ ତାରିଖ ଦିନ ଏବଂ ଏଲଟିଟିରୁ ଆସନ୍ତା ୧୯, ୨୨, ୨୬ ଓ ୨୯ ତାରିଖ ଦିନ ବାତିଲ ରହିବ। ଦୈନନ୍ଦିନ ଚଳାଚଳ କରୁଥିବା ବିଶାଖାପାଟଣା-କଡ଼ପା-ବିଶାଖାପାଟଣା (୦୭୪୮୮/୦୭୪୮୭) ସ୍ପେଶାଲ ଟ୍ରେନ୍‌ ବିଶାଖାପାଟଣାରୁ ୧୪ରୁ ୩୧ ତାରିଖ ଓ କଡ଼ପାଠାରୁ ଆସନ୍ତା ୧୫ ତାରିଖରୁ ଜୁନ୍‌ ୧ ପର୍ଯ୍ୟନ୍ତ ବାତିଲ୍‌ ରହିବ। ଦୈନନ୍ଦିନ ଚଳାଚଳ କରୁଥିବା ବିଶାଖଶପାଟଣା-ଲିଙ୍ଗମପଲ୍ଲୀ-ବିଶାଖାପାଟଣା (୦୨୮୩୧/୦୨୮୩୨) ସ୍ପେଶାଲ ଟ୍ରେନ୍‌ ବିଶାଖାପାଟଣାଠାରୁ ୧୪ ରୁ ୩୧ ତାରିଖ ମଧ୍ୟରେ ଓ ଲିଙ୍ଗମପଲ୍ଲୀଠାରୁ ଆସନ୍ତା ୧୫ ତାରିଖଠାରୁ ଜୁନ୍‌ ୧ ପର୍ଯ୍ୟନ୍ତ ବାତିଲ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri