କେବିକେ ବିକାଶ ଯୋଜନାରୁ ବଞ୍ଚିତ ହେବେ ୪ ପଞ୍ଚାୟତ, ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କେବିକେ ବିକାଶ ଯୋଜନାର ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବ୍ଲକର ୧୨ଟି ପଞ୍ଚାୟତ ପାଇଁ ୨୦୨୪-୨୫, ୨୦୨୫-୨୬ ଓ ୨୦୨୬-୨୭ ଆର୍ଥିକ ବର୍ଷ ନିମନ୍ତେ ପଞ୍ଚାୟତ ସମିତି ପତ୍ର ସଂଖ୍ୟା ୧୪୨୦,୧୪୨୧,୧୪୨୨ ,୧୭/୮/୨୦୨୬ରେ ଜିଲାପରିଷଦକୁ ଆନୁଆଲ ଆକ୍ସନ ପ୍ଲାନ ଦାଖଲ କରାଯାଇଥିବା ଜଣାପଡ଼ିଛି। ଏହି ଆକ୍ସନ ପ୍ଲାନ୍‌ରେ ବ୍ଲକ ସଦର କର୍ଲାମୁଣ୍ଡା ପଞ୍ଚାୟତ ପାଇଁ ପ୍ରାୟ ୪୫ ଲକ୍ଷ ଟଙ୍କାର ବଜେଟ୍‌ରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା ପ୍ରସ୍ତାବିତ ହୋଇଥିବା ବେଳେ ବ୍ଲକର ରାଜପୁରକୁ ୨୫ ଲକ୍ଷ, ରେଗଡାକୁ ୩୫ ଲକ୍ଷ, ଜୋରାଡବରାକୁ ୧୫ ଲକ୍ଷ, ତେରେସିଙ୍ଗା ୧୦ ଲକ୍ଷ, ରିଞ୍ଜା ପଞ୍ଚାୟତକୁ ୧୦ ଲକ୍ଷ ଓ ସାପଲହରା, ପୌରକେଲା ପଞ୍ଚାୟତକୁ ୫ଲକ୍ଷ ଲେଖାଏ ବଜେଟ୍‌ରେ ରଖାଯାଇଛି। ଅନ୍ୟପଟେ ଏହି ବ୍ଲକର ସ. ମାଲପଡ଼ା, ଗଜବାହାଲ, ରିଷିଡ଼ା ଓ ବୋରପଦର ପଞ୍ଚାୟତକୁ ଏଥିରୁ ବାଦ୍‌ ଦିଆଯାଇଥିବା ଅଭିଯୋଗ ହୋଇଛି। ଫଳରେ ଏହି ୪ ପଞ୍ଚାୟତର ଲୋକେ କେବିକେ ବିକାଶ ଯୋଜନାର ସୁବିଧାରୁ ବଞ୍ଚିତ ହେବା ଆଶଙ୍କା ଦେଖାଦେଇଛି।
ତେବେ ନିର୍ଦ୍ଦିଷ୍ଟ ପଞ୍ଚାୟତିଗୁଡ଼ିକୁ କାହା ସ୍ବାର୍ଥରେ ଅଧିକ ବଜେଟ ରଖାଯାଇଛି ଓ ଏହି ୪ଟି ପଞ୍ଚାୟତକୁ କାହିଁକି ବାଦ ଦିଆଗଲା, ତାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ପ୍ରଶ୍ନ ଉଠିଛି। ଏନେଇ ବାଦ୍‌ ପଡ଼ିଥିବା ସ. ମାଲପଡ଼ା ପଞ୍ଚାୟତ ସରପଞ୍ଚ ବରୁଣ ଛତ୍ରିଆଙ୍କୁ ପଚାରିବାରୁ ଆମ ପଞ୍ଚାୟତ କାହିଁକି ବାଦ ପଡିଛି, ଆମେ ଜାଣି ପାରୁନାହିଁ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ତୁଡୁକିବାଡିରେ ଗଜଲଷ୍ମୀ ପୂଜା; କଳସ ଯାତ୍ରାରେ ଶତାଧିକ ଶ୍ରଦ୍ଧାଳୁ ସାମିଲ

ଦାରିଙ୍ଗବାଡି,୨୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତୁଡୁକିବାଡି ସାହିରେ ରବିବାର ଠାରୁ ଗଜଲଷ୍ମୀ ପୂଜା ଆରମ୍ଭ ହୋଇଯାଇଛି । ଏଥିପାଇଁ ଶନିବାର ଶିବମନ୍ଦିର ପ୍ରାଙ୍ଗଣରେ ଥିବା…

ସୁନା-ରୂପା ଅଳଙ୍କାରରେ ଝଲସୁଛନ୍ତି ମା’ ଗଜଲକ୍ଷ୍ମୀ, ପୁରୁଷୋତ୍ତମପୁରରେ ମୁଖ୍ୟ ଆକର୍ଷଣ ଓଡିଆ ଅସ୍ମିତା….

ପୁରୁଷୋତ୍ତମପୁର,୨୫।୧୦(ସବିତା ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲାର ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇ ଉଠିଛି । ସୁନା ରୂପାର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଭୁବନେଶ୍ବର,୨୫।୧୦: ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,…

ଗଜଲକ୍ଷ୍ମୀ ପୂଜାରେ ମଞ୍ଚସ୍ଥ ହେଲା ‘ଶଶୀରେଖା ହରଣ’ ନାଟକ, କାହାଣୀଙ୍କୁ ଜୀବନ୍ତ କରି କଳାକାର…

କର୍ଲାମୁଣ୍ଡା,୨୫ା୧୦(ପ୍ରଦୀପ କୁମାର ସାହୁ): ଗଜଲକ୍ଷ୍ମୀ ପୂଜା ଅବସରରେ ଶନିବାର କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ଧରଣିପଡ଼ାଠାରେ ଖମ୍ବେଶ୍ୱରୀ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ‘ଶଶୀରେଖା ହରଣ’…

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?