ଓଡ଼ିଶାର ୪ଜଣ ପାଇବେ ‘ଜାତୀୟ ଶିକ୍ଷକ ପୁରସ୍କାର’

ଭୁବନେଶ୍ୱର, ୩।୯(ଅସମାପିକା ସାହୁ)ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୁରୁଦିବସ ଅବସରରେ ୫ ତାରିଖ ଦିନ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ୭୫ ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ପ୍ରଦାନ କରାଯିବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିବେ। ଓଡ଼ିଶାର ୪ଜଣ ଶିକ୍ଷକ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇଜଣ ଶିକ୍ଷକ ଓ ଅନ୍ୟ ଦୁଇଜଣ ହେଉଛନ୍ତି ପ୍ରଶିକ୍ଷଣ ଅଧିକାରୀ। ସେମାନେ ହେଲେ ଭଦ୍ରକ ଜିଲାର କେନ୍ଦୁଆପଡ଼ା ନୋଡାଲ ହାଇସ୍କୁଲର ଶିକ୍ଷକ ଶଶି ଶେଖର କର ଶର୍ମା ଏବଂ ଜଗତ୍‌ସିଂହପୁର ଜିଲା ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଭାଷ ଚନ୍ଦ୍ର ରାଉତ। ସେହିପରି ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ପୁରସ୍କାର ବିଜେତାଙ୍କ ମଧ୍ୟରେ ଅଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ଖୁଦପୁରସ୍ଥିତ ଦିବ୍ୟାଙ୍ଗମାନଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଆଇଟିଆଇ ଅନୁଷ୍ଠାନର ପ୍ରଶିକ୍ଷଣ ଅଧିକାରୀ ରବିନାରାୟଣ ସାହୁ ଏବଂ ଭୁବନେଶ୍ୱରର ରାଜଭବନ ନିକଟରେ ଥିବା ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନର ସହକାରୀ ପ୍ରଶିକ୍ଷଣ ଅଧିକାରୀ (ଏଟିଓ) ସୁନୀତା ସିଂହ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇବାକୁ ଯୋଗ୍ୟବିବେଚିତ ୪ଜଣ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ସେ କହିଛନ୍ତି, ଆପଣମାନଙ୍କ କାର୍ଯ୍ୟ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଏହା ସମସ୍ତଙ୍କୁ ଅନୁପ୍ରାଣିତ କରିବା ସହିତ ଓଡ଼ିଶାର ଶିକ୍ଷା କ୍ଷେତ୍ରକୁ ଆହୁରି ସମୃଦ୍ଧ କରିବାରେ ସହାୟକ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ପ୍ରତିବର୍ଷ ଶିକ୍ଷକ ଦିବସରେ ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦେଶର ଶ୍ରେଷ୍ଠ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥାଏ। ଚଳିତବର୍ଷଠାରୁ ଜାତୀୟ ଶିକ୍ଷକ ପୁରସ୍କାରର ପରିସରକୁ ବ୍ୟାପକ କରାଯାଇ ଉଚ୍ଚଶିକ୍ଷା ବିଭାଗ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଶିକ୍ଷକମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଚଳିତ ବର୍ଷ ୫୦ଜଣ ସ୍କୁଲ ଶିକ୍ଷକ, ଉଚ୍ଚଶିକ୍ଷା ବିଭାଗର ୧୩ଜଣ ଶିକ୍ଷକ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ୧୨ଜଣ ଶିକ୍ଷକଙ୍କୁ ପୁରସ୍କୃତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri