ଭୁବନେଶ୍ୱର, ୩।୯(ଅସମାପିକା ସାହୁ)ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୁରୁଦିବସ ଅବସରରେ ୫ ତାରିଖ ଦିନ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ୭୫ ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ପ୍ରଦାନ କରାଯିବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିବେ। ଓଡ଼ିଶାର ୪ଜଣ ଶିକ୍ଷକ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇଜଣ ଶିକ୍ଷକ ଓ ଅନ୍ୟ ଦୁଇଜଣ ହେଉଛନ୍ତି ପ୍ରଶିକ୍ଷଣ ଅଧିକାରୀ। ସେମାନେ ହେଲେ ଭଦ୍ରକ ଜିଲାର କେନ୍ଦୁଆପଡ଼ା ନୋଡାଲ ହାଇସ୍କୁଲର ଶିକ୍ଷକ ଶଶି ଶେଖର କର ଶର୍ମା ଏବଂ ଜଗତ୍ସିଂହପୁର ଜିଲା ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଭାଷ ଚନ୍ଦ୍ର ରାଉତ। ସେହିପରି ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ପୁରସ୍କାର ବିଜେତାଙ୍କ ମଧ୍ୟରେ ଅଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ଖୁଦପୁରସ୍ଥିତ ଦିବ୍ୟାଙ୍ଗମାନଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଆଇଟିଆଇ ଅନୁଷ୍ଠାନର ପ୍ରଶିକ୍ଷଣ ଅଧିକାରୀ ରବିନାରାୟଣ ସାହୁ ଏବଂ ଭୁବନେଶ୍ୱରର ରାଜଭବନ ନିକଟରେ ଥିବା ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନର ସହକାରୀ ପ୍ରଶିକ୍ଷଣ ଅଧିକାରୀ (ଏଟିଓ) ସୁନୀତା ସିଂହ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇବାକୁ ଯୋଗ୍ୟବିବେଚିତ ୪ଜଣ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ସେ କହିଛନ୍ତି, ଆପଣମାନଙ୍କ କାର୍ଯ୍ୟ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଏହା ସମସ୍ତଙ୍କୁ ଅନୁପ୍ରାଣିତ କରିବା ସହିତ ଓଡ଼ିଶାର ଶିକ୍ଷା କ୍ଷେତ୍ରକୁ ଆହୁରି ସମୃଦ୍ଧ କରିବାରେ ସହାୟକ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ପ୍ରତିବର୍ଷ ଶିକ୍ଷକ ଦିବସରେ ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦେଶର ଶ୍ରେଷ୍ଠ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥାଏ। ଚଳିତବର୍ଷଠାରୁ ଜାତୀୟ ଶିକ୍ଷକ ପୁରସ୍କାରର ପରିସରକୁ ବ୍ୟାପକ କରାଯାଇ ଉଚ୍ଚଶିକ୍ଷା ବିଭାଗ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଶିକ୍ଷକମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଚଳିତ ବର୍ଷ ୫୦ଜଣ ସ୍କୁଲ ଶିକ୍ଷକ, ଉଚ୍ଚଶିକ୍ଷା ବିଭାଗର ୧୩ଜଣ ଶିକ୍ଷକ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ୧୨ଜଣ ଶିକ୍ଷକଙ୍କୁ ପୁରସ୍କୃତ କରାଯିବ।
ପୂର୍ବତନ ଡିଏସ୍ପି ଝିଅଙ୍କ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ
ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...
ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…
ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...
ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…
ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...
ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ
ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...
ରେଞ୍ଜ ରୋଭର୍ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ
ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ
ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...
ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…
ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...
ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…
କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...
Archives


