ଭୁବନେଶ୍ୱର, ୩।୯(ଅସମାପିକା ସାହୁ)ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୁରୁଦିବସ ଅବସରରେ ୫ ତାରିଖ ଦିନ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ୭୫ ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ପ୍ରଦାନ କରାଯିବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିବେ। ଓଡ଼ିଶାର ୪ଜଣ ଶିକ୍ଷକ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇଜଣ ଶିକ୍ଷକ ଓ ଅନ୍ୟ ଦୁଇଜଣ ହେଉଛନ୍ତି ପ୍ରଶିକ୍ଷଣ ଅଧିକାରୀ। ସେମାନେ ହେଲେ ଭଦ୍ରକ ଜିଲାର କେନ୍ଦୁଆପଡ଼ା ନୋଡାଲ ହାଇସ୍କୁଲର ଶିକ୍ଷକ ଶଶି ଶେଖର କର ଶର୍ମା ଏବଂ ଜଗତ୍ସିଂହପୁର ଜିଲା ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଭାଷ ଚନ୍ଦ୍ର ରାଉତ। ସେହିପରି ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ପୁରସ୍କାର ବିଜେତାଙ୍କ ମଧ୍ୟରେ ଅଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ଖୁଦପୁରସ୍ଥିତ ଦିବ୍ୟାଙ୍ଗମାନଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଆଇଟିଆଇ ଅନୁଷ୍ଠାନର ପ୍ରଶିକ୍ଷଣ ଅଧିକାରୀ ରବିନାରାୟଣ ସାହୁ ଏବଂ ଭୁବନେଶ୍ୱରର ରାଜଭବନ ନିକଟରେ ଥିବା ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନର ସହକାରୀ ପ୍ରଶିକ୍ଷଣ ଅଧିକାରୀ (ଏଟିଓ) ସୁନୀତା ସିଂହ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇବାକୁ ଯୋଗ୍ୟବିବେଚିତ ୪ଜଣ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ସେ କହିଛନ୍ତି, ଆପଣମାନଙ୍କ କାର୍ଯ୍ୟ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଏହା ସମସ୍ତଙ୍କୁ ଅନୁପ୍ରାଣିତ କରିବା ସହିତ ଓଡ଼ିଶାର ଶିକ୍ଷା କ୍ଷେତ୍ରକୁ ଆହୁରି ସମୃଦ୍ଧ କରିବାରେ ସହାୟକ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ପ୍ରତିବର୍ଷ ଶିକ୍ଷକ ଦିବସରେ ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦେଶର ଶ୍ରେଷ୍ଠ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥାଏ। ଚଳିତବର୍ଷଠାରୁ ଜାତୀୟ ଶିକ୍ଷକ ପୁରସ୍କାରର ପରିସରକୁ ବ୍ୟାପକ କରାଯାଇ ଉଚ୍ଚଶିକ୍ଷା ବିଭାଗ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଶିକ୍ଷକମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଚଳିତ ବର୍ଷ ୫୦ଜଣ ସ୍କୁଲ ଶିକ୍ଷକ, ଉଚ୍ଚଶିକ୍ଷା ବିଭାଗର ୧୩ଜଣ ଶିକ୍ଷକ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ୧୨ଜଣ ଶିକ୍ଷକଙ୍କୁ ପୁରସ୍କୃତ କରାଯିବ।
ଆଇନର ସଂଶୋଧନ ଓ ଆଧୁନିକୀକରଣ
ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…
ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ
ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…
ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍: ଚାଇନାକୁ ହରାଇ ରଚିଲେ ଇତିହାସ
ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…
୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ,୩୦ା୯(ଅଜିତ୍ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍ରେ ସର୍ବସାଧାରଣଙ୍କ…
ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ
ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର କହିଆସୁଛନ୍ତି।…
ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର
ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…
ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ
ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍ଓ୍ବାଇସିଏସ୍) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

