Posted inରାଜ୍ୟ

୪ ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଇନ୍‌ଫୋସିଟି ନାବାଳିକା ଗଣବଳାତ୍କାର ମାମଲାରେ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ ବ୍ରାଞ୍ଚ। ଗିରଫ ଅଭିଯୁକ୍ତମାନେ ହେଲେ ଓ-ଟିଭି କର୍ମଚାରୀ ଅନିରୁଦ୍ଧ ପଣ୍ଡା ଓ କୃଷ୍ଣ ବେହେରାଙ୍କ ସମେତ ସେଠାରେ କାର୍ଯ୍ୟରତ ୨ ସିକ୍ୟୁରିଟି ଗାର୍ଡ ସାମଲ ଓ ବିଜୟ ରାଉତ। ରବିବାର ରାତିରେ ଅନିରୁଦ୍ଧଙ୍କୁ ପୁରୀ ଗୋପ ଅଞ୍ଚଳରୁ ଓ ଅନ୍ୟ ଅଭିଯୁକ୍ତମାନଙ୍କୁ ଭୁବନେଶ୍ୱରରୁ ଗିରଫ କରାଯାଇଛି। ଏହାପରେ କ୍ରାଇମ୍‌ ବ୍ରାଞ୍ଚ ସମସ୍ତ ଅଭିଯୁକ୍ତଙ୍କ ପଲିଗ୍ରାଫ୍‌ ଟେଷ୍ଟ କରାଇବା ସହ ବୟାନ ରେକର୍ଡ କରିଛି।
ଏହି ସମ୍ବେଦନଶୀଳ ଘଟଣାର ତଦନ୍ତରେ ପୋଲିସ ହେଳା କରୁଥିବା ନେଇ ପୂର୍ବରୁ ହାଇକୋର୍ଟରେ ମାମଲା ହୋଇଥିଲା। ପୋଲିସ ଡିଜି ଅଭୟ ହାଇକୋର୍ଟଙ୍କ ଆଗରେ ବ୍ୟକ୍ତିଗତ ଭାବେ ହାଜର ହୋଇ ପକ୍ଷ ରଖିଥିଲେ। ସେହିଭଳି ଅତିରିକ୍ତ ଡିଜି ମାମଲାର ଅଗ୍ରଗତି ନେଇ ଜଉମୁଦ ଲଫାପାରେ ସତ୍ୟପାଠ ଦାଖଲ କରିଥିଲେ। ଅକ୍ଟୋବର ୬ରୁ ଏହି ମାମଲା ଓଡ଼ିଶା କ୍ରାଇମ୍‌ ବ୍ରାଞ୍ଚ ତଦନ୍ତ କରୁଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ତେବେ ଅଭିଯୁକ୍ତଙ୍କ ବିରୋଧରେ କ’ଣ ସବୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ସଂକ୍ରାନ୍ତରେ ଡିସେମ୍ବର ୧୬ ସୁଦ୍ଧା ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟରେ ଜବାବ ଦାଖଲର ଦୁଇଦିନ ପୂର୍ବରୁ କ୍ରାଇମ୍‌ ବ୍ରାଞ୍ଚ ଏହି ପଦକ୍ଷେପ ଗ୍ରହଣ କରିଛି। ତେବେ କ୍ରାଇମ୍‌ ବ୍ରାଞ୍ଚର ଏହି ଗିରଫଦାରିକୁ ନେଇ ଆଉ ଏକ ପ୍ରଶ୍ନ ଉଠୁଛି। ଏହି ଘଟଣାରେ ୩ଜଣ ପୋଲିସ କର୍ମଚାରୀ ଓ ସହଯୋଗୀଙ୍କ ସମ୍ପୃକ୍ତି ଥିବା ନେଇ ପୀଡିତାଙ୍କ ମା’ ଅଭିଯୋଗ କରିଥିଲେ। ଖୋଦ୍‌ ଡିସିପି ମଧ୍ୟ ଜଣେ ପୋଲିସର ସମ୍ପୃକ୍ତି ଥିବାନେଇ ସୂଚନା ଦେଇଥିଲେ। ହେଲେ ଏଯାଏ କାହିଁକି ସେମାନଙ୍କୁ ଚିହ୍ନଟ କରିପାରୁନି କି ପଚରାଉଚରା କରୁନି। କ୍ରାଇମ ବ୍ରାଞ୍ଚ ପକ୍ଷରୁ କୌଣସି ସ୍ପଷ୍ଟୀକରଣ ଦିଆଯାଉ ନ ଥିବାରୁ ତଦନ୍ତକୁ ନେଇ ସନ୍ଦେହ ଉପୁଜିଛି। ଏ ସଂକ୍ରାନ୍ତରେ ପୋଲିସ ଡିଜି ଅଭୟ କହିଛନ୍ତି, ଘଟଣାର ତଦନ୍ତ ଚାଲିଛି। ପୋଲିସ ହେଉ ଅବା ଅନ୍ୟ କେହି ଯିଏ ବି ସମ୍ପୃକ୍ତ ଥିବା ଜଣାପଡ଼ିବ ନିଶ୍ଚିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ଲକ୍‌ଡାଉନ୍‌ ସମୟରେ ଏହି ଘଟଣା ଘଟିଥିବା ନେଇ ଅଗଷ୍ଟ ୩୦ରେ ପୀଡିତାଙ୍କ ମା’ ଇନ୍‌ଫୋସିଟି ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri