Posted inଜାତୀୟ

୨୦୧୮ ଭିଡ଼ହିଂସା ମାମଲାରେ ୪ ଜଣଙ୍କୁ ୭ ବର୍ଷ ଜେଲ

ଜୟପୁର, ୨୬ା୫ : ୨୦୧୮ରେ ରାକବର ଖାନ୍‌ଙ୍କୁ ପିଟି ମାରିଦେବା ଘଟଣାରେ ୫ ଅଭିଯୁକ୍ତଙ୍କ ମଧ୍ୟରୁ ୪ ଜଣଙ୍କୁ ରାଜସ୍ଥାନ ଅଲଓ୍ବର ଜିଲାର ଏକ ଅଦାଲତ ଦୋଷୀସାବ୍ୟସ୍ତ କରିବା ସହ ୭ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡାଦେଶ ଦେବା ସହ ୧୦ ହଜାର ଟଙ୍କା ଲେଖାଏ ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ପ୍ରମାଣ ଅଭାବରୁ ଅନ୍ୟ ଜଣକୁ ଦୋଷମୁକ୍ତ କରାଯାଇଛି। ଆଇପିସିର ଧାରା ୩୦୪ ଏବଂ ୩୪୧ ଅନୁଯାୟୀ ଧର୍ମେନ୍ଦ୍ର ଯାଦବ, ପରମଜିତ୍‌, ବିଜୟ କୁମାର ଏବଂ ନରେଶଙ୍କୁ ଦୋଷୀସାବ୍ୟସ୍ତ କରାଯାଇଥିବା ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଅଶୋକ ଶର୍ମା କହିଛନ୍ତି। ନଭାଲ କିଶୋରଙ୍କୁ ପ୍ରମାଣ ଅଭାବରୁ ମୁକ୍ତ କରାଯାଇଛି। ଦଣ୍ଡ ଶୁଣାଣିବେଳେ କୋର୍ଟ ବାହାର ପ୍ରବଳ ଜନସମାଗମ ହୋଇଥିବାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସୂଚନାଯୋଗ୍ୟ, ୨୦୧୮ ଜୁଲାଇ ୨୦ ରାତିରେ ରାମଗଡ଼ର ଲାଲାଓ୍ବାଣ୍ଡି ଗ୍ରାମ ନିକଟରେ ଗାଈ ନେଇଯାଉଥିବା ହରିୟାଣାର ରାକବର ଓରଫ ଆକବରଙ୍କୁ ଗ୍ରାମବାସୀ ଘେରିଯାଇ ମାଡ଼ ମାରିବାରୁ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri