Posted inଜାତୀୟ

ସୁପ୍ରିମ୍‌କୋର୍ଟରେ କର୍ନାଟକ ମୁସଲମାନଙ୍କ ପାଇଁ ୪ ପ୍ରତିଶତ ଓବିସି ସଂରକ୍ଷଣ ରଦ୍ଦ କରିବା ମାମଲା…

ନୂଆଦିଲ୍ଲୀ,୧୩।୪ : କର୍ନାଟକ ସରକାରଙ୍କ ଦ୍ୱାରା ମୁସଲମାନମାନଙ୍କ ପାଇଁ ୪ ପ୍ରତିଶତ ଓବିସି ସଂରକ୍ଷଣକୁ ରଦ୍ଦ କରିବା ପ୍ରସଙ୍ଗ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଏକ ମୁସଲମାନ ସଂଗଠନ ସୁପ୍ରିମକୋର୍ଟରେ ମାମଲାର ଶୀଘ୍ର ଶୁଣାଣି ପାଇଁ ଏକ ପିଟିଶନ ଦାଖଲ କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଶୁଣାଣି ପାଇଁ ଏହାକୁ ତାଲିକାଭୁକ୍ତ କରାଯିବ। ତେବେ କୋର୍ଟ ଏନେଇ କୌଣସି ତାରିଖ ଦେଇନାହାଁନ୍ତି।

ଆଇନଜୀବୀ ତଥା ଏମ୍‌ପି କପିଲ ସିବଲ, ଆବେଦନକାରୀଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଥିଲେ। ପ୍ରଧାନବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ବେଞ୍ଚ କହିଛନ୍ତି ଆମେ ଏହାକୁ ତାଲିକାଭୁକ୍ତ କରିବୁ।

ମାର୍ଚ୍ଚ ୨୫ ରେ, କର୍ନାଟକର ବାସଭାରାଜ ବୋମ୍ମାଇ ସରକାର ୨(ଖ) ଶ୍ରେଣୀକୁ ଖଣ୍ଡନ କରି କହିଥିଲେ ଯେ ପୂର୍ବରୁ ମୁସଲମାନମାନଙ୍କୁ ଦିଆଯାଇଥିବା ୪ ପ୍ରତିଶତ ସଂରକ୍ଷଣ ବର୍ତ୍ତମାନ ଲିଙ୍ଗାୟତ ଏବଂ ଭୋକାଲିଙ୍ଗା ମଧ୍ୟରେ ସମାନ ଭାବରେ ବଣ୍ଟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଛି। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri