୪ ଦଫା ଦାବିରେ ଗର୍ଜିଲେ ଇ.ସି ସଦସ୍ୟା: ଜିଲାପାଳଙ୍କ ଅଫିସ ଆଗରେ ଧାରଣା

ବରଗଡ଼,୭।୯(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ଜୀବିକା ମିଶନ ଇ.ସି ସଦସ୍ୟାଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଓଡ଼ିଶା ଜୀବିକା ମିଶନ ଇ.ସି ସଂଘ ବରଗଡ଼ ଜିଲା ଶାଖାର ଶତାଧିକ ସଦସ୍ୟା ଏକ ବିଶାଳ ଶୋଭାଯାତ୍ରାରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସେମାନେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ।
ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ପଞ୍ଚାୟତଠାରୁ ଜିଲାସ୍ତର ପର୍ଯ୍ୟନ୍ତ ଓଡ଼ିଶା ଜୀବିକା ମିଶନ ଇ.ସି ସଦସ୍ୟାମାନେ କାର୍ଯ୍ୟ କରିଆସୁଛନ୍ତି। ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସଙ୍ଗଠିତ କରିବା, ସେମାନଙ୍କୁ ଆର୍ଥିକ ପରିଚାଳନାରେ ତାଲିମ ପ୍ରଦାନ ସହିତ ପ୍ରୋତ୍ସାହିତ କରିବା, ଇ.ସି ସଭାପତି, ସମ୍ପାଦକଙ୍କ ସ୍ବାକ୍ଷରରେ ଋଣ ଗ୍ରହଣ, ଋଣ ପ୍ରଦାନ କାମ କରୁଛନ୍ତି। ଏହାସତ୍ତ୍ୱେ ସେମାନଙ୍କୁ ସରକାର ଅଣଦେଖା କରୁଛନ୍ତି। ସେମାନଙ୍କୁ ପ୍ରତି ୨ବର୍ଷକୁ ଥରେ ରିଷ୍ଟ୍ରକଚରିଂ ନାମରେ ଅସ୍ଥାୟୀତ୍ୱର ଅନିଶ୍ଚିତତା ଭିତରେ ରଖାଯାଇଛି ବୋଲି ଇ.ସି ସଦସ୍ୟାମାନେ ଅଭିଯୋଗ କରିଛନ୍ତି। କେବଳ ସେତିକି ନୁହେଁ, ସହରାଞ୍ଚଳରେ କାର୍ଯ୍ୟରତ ଇ.ସି ସଦସ୍ୟାଙ୍କୁ କୌଣସି ଭତ୍ତା ପ୍ରଦାନ କରାଯାଉନାହିଁ। ସେହିପରି ଗ୍ରାମାଞ୍ଚଳରେ ପଞ୍ଚାୟତ ପ୍ରତି ୧୮ଜଣରୁ ଅଧିକ ଇ.ସି ସଦସ୍ୟା ରହିଥିଲେ ସେମାନଙ୍କ ଭତ୍ତାକୁ ୧୮ଜଣ ହିସାବରେ ଭାଗ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇ ଥିବାବେଳେ ଇ.ସି ସଦସ୍ୟାମାନେ ୪ଦଫା ଦାବି କରିଛନ୍ତି। ରିଷ୍ଟ୍ରକଚରିଂ ବ୍ୟବସ୍ଥାକୁ ପ୍ରତ୍ୟାହାର କରିବା ସହିତ ୱାର୍କର ମାନ୍ୟତା ନେଇ ଭତ୍ତା ବୃଦ୍ଧି, ମିଶନ ଶକ୍ତି ଅଧୀନସ୍ଥ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଇ.ସିମାନଙ୍କୁ ସରକାରଙ୍କ ଦ୍ୱାରା ଘୋଷିତ କୁଶଳୀ ଶ୍ରମିକର ସର୍ବନିମ୍ନ ମଜୁରୀ ପ୍ରଦାନ, ସମସ୍ତ ପ୍ରକାର ସାମାଜିକ ନିରାପତ୍ତା ପ୍ରଦାନ ଆଦି ଦାବି ରହିଛି। ଭଟଲି ବ୍ଲକର କୌଶଲ୍ୟା ବାଗ, ପାଇକମାଳ ବ୍ଲକର ଦୀପାଞ୍ଜଳି ବଢ଼େଇ, ଅତାବିରାର ଈଶ୍ୱରୀ ଦାଶଙ୍କ ସମେତ ସମସ୍ତ ବ୍ଲକର ସଦସ୍ୟାମାନେ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri