୪ ପ୍ରକଳ୍ପ ପାଇଁ ୪୬୧ କୋଟି ମଞ୍ଜୁର

ପୁରୀ ଅଫିସ,୧୩।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ଭାବେ ଗଢ଼ାଯିବ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମି ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ, ହ୍ରଦ, ମାର୍କେଟ କମ୍ପ୍ଲେକ୍ସ, ପାର୍କିଂ ଆଦିର ପରିକଳ୍ପନା କରାଯାଇଛି। ଇତିମଧ୍ୟରେ କେତେକର କାମ ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟ କ୍ୟାବିନେଟରେ ପୁରୀର ୪ଟି ପ୍ରକଳ୍ପ ପାଇଁ ୪୬୧ କୋଟି ୨୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ଏ ନେଇ ସନ୍ଧ୍ୟାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଜିଲାର ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀମାନେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ଅର୍ଥ ମଞ୍ଜୁର ଫଳରେ ଆଗକୁ ପୁରୀର ବିକାଶ ପ୍ରକ୍ରିୟା ଆହୁରି ତ୍ୱରାନ୍ବିତ ହେବ ବୋଲି ସେମାନେ କହିଛନ୍ତି।
ଅବଢା ଯୋଜନାରେ ଜଗନ୍ନାଥ ବଲ୍ଲଭ ପରିସରରେ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ଓ ମୂଷା ନଦୀର ସମ୍ପ୍ରସାରଣ ପାଇଁ ଉପରୋକ୍ତ ପରିମାଣର ଅନୁଦାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦନ ପାଇଛି। ଆସନ୍ତା ୩୦ ମାସ ମଧ୍ୟରେ ଏହି ୪ଟି ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଓଡ଼ିଶା ସେତୁ ନିର୍ମାଣ ନିଗମ (ଓବିସିସି) ନାଗାର୍ଜୁନ କନ୍‌ଷ୍ଟ୍ରକଶନ କର୍ପୋରେଶନ ଲିମିଟେଡ ମାଧ୍ୟମରେ ଏହି ପ୍ରକଳ୍ପ କାମ କରିବ। ଶ୍ରୀମନ୍ଦିର ସ୍ଥାପତ୍ୟ କଳା ଅନୁସରଣ କରି ସମସ୍ତ ୪ଟି ପ୍ରକଳ୍ପ କାର୍ଯ୍ୟ ହେବ ବୋଲି କୁହାଯାଇଛି। ବୈଠକରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ସମେତ ଜିଲାପାଳ ବଲୱନ୍ତ ସିଂ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂକଳ୍ପକୁ ସମସ୍ତେ ଭୂୟସୀ ପ୍ରଶଂସା କରିବା ସହ ଆଜିର ଦିନକୁ ଐତିହାସିକ ଦିବସ ବୋଲି କହିଥିଲେ। ଜିଲାପାଳ କହିଥିଲେ ଯେ, ଶ୍ରୀସେତୁ ପାଇଁ ୯୦ ପ୍ରତିଶତ ଜମି ଅଧିଗ୍ରହଣ ସରିଛି। ପୁରୁଣା ଜେଲ୍‌ ପରିସରରେ ବହୁତଳ ପାର୍କିଂ ଏବଂ ମାର୍କେଟ କମ୍ପ୍ଲେକ୍ସ କାମ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗ ମିଳିଲେ ପ୍ରକଳ୍ପ କାମ ଶୀଘ୍ର ଶେଷ ହେବ। ଅନ୍ୟପକ୍ଷରେ ପୁରୀ ବିଧାୟକ ଷଡ଼ଙ୍ଗୀ କହିଥିଲେ, ବିସ୍ଥାପିତ ହୋଇଥିବା ଉଠାଦୋକାନୀ ଓ ବ୍ୟବସାୟୀଙ୍କ ମଧ୍ୟରୁ କେତେଜଣଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟମାନଙ୍କ ଜୀବନ ଦୁର୍ବିଷହ ହୋଇପଡ଼ିଲାଣି। ସେମାନଙ୍କୁ ତୁରନ୍ତ ଥଇଥାନ କରାଯାଉ। ସେହିପରି ବ୍ରହ୍ମଗିରି ବିଧାୟକ ମଧ୍ୟ ଅନୁରୂପ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri