୪୬୪.୭୨ କୋଟିର ୪ ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଉଛନ୍ତି ସରକାର। ରାଜ୍ୟରେ ମେଟାଲ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି ୪ଟି ଶିଳ୍ପ କ୍ଷେତ୍ରରେ ୪୬୪.୭୨ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ଏଥିରେ ୮୭୩ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ପ୍ରକଳ୍ପକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ଅନୁମୋଦନ କରାଯାଇଛି।
ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ଗାଲାକ୍ସ ଇଣ୍ଡଷ୍ଟ୍ରିଜ୍‌ ପ୍ରାଇଭେଟ୍‌ ଲିମିଟେଡ ଖୋର୍ଦ୍ଧା ଜିଲାର ମଳିପଡା ଠାରେ ୯୩ କୋଟି ଟଙ୍କା ବ୍ୟୟରେ ଏକ ମଧ୍ୟମ ସାନ୍ଦ୍ରତାବିଶିଷ୍ଟ ଫାଇବର ବୋର୍ଡ(ଏମ୍‌ଡିଏଫ୍‌) ସ୍ଥାପନ କରିବ। ବାର୍ଷିକ ଏଥିରେ ୭୨ ହଜାର କ୍ୟୁବିକ ମିଟର ଉତ୍ପାଦନ ହେବ। ଏହି କାରଖାନାରେ ୩୧୦ ଜଣଙ୍କୁ ନିଯୁକ୍ତି ମିଳିପାରିବ। ସେହିପରି ଖୋର୍ଦ୍ଧା ଓ ନୟାଗଡ଼ ଜିଲାରେ ଦୈନିକ ୧୨୦ କିଲୋଲିଟର ଡିଷ୍ଟିଲେରି ୟୁନିଟ୍‌ ସ୍ଥାପନ ହେବ। ଏଥିସହିତ ୪ ମେଗାଓ୍ବାଟ୍‌ ଶକ୍ତି ପ୍ରକଳ୍ପ ସ୍ଥାପନ ହେବ। ଏଥିରେ ପ୍ରାୟ ୧୫୧.୭୨ କୋଟି ଟଙ୍କାର ପୁଞ୍ଜିବିନିଯୋଗ ହେବ ଏବଂ ୩୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏନ୍‌ଭିରୋକେୟାର ଇନ୍‌ଫ୍ରାସଲ୍ୟୁଶନ ପ୍ରାଇଭେଟ୍‌ ଲିମିଟେଡ ସୁନ୍ଦରଗଡ଼ ଜିଲାର ଲାଠିକଟା ଠାରେ ୧.୬ ନିୟୁତ ଟନ୍‌ କ୍ଷମତାବିଶିଷ୍ଟ ପେଲେଟ ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୧୯୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ଏନ୍‌ଭିରୋକେୟାର ଇନ୍‌ଫ୍ରାସଲ୍ୟୁଶନ ପ୍ରାଇଭେଟ ଲିମିଟେଡ୍‌ ସୁନ୍ଦରଗଡ଼ ଜିଲାର ଲାଠିକଟା ଠାରେ ବାର୍ଷିକ ୪ ନିୟୁତ ଟନ୍‌ର ସ୍ଲରି ପାଇପ ଲାଇନ ପ୍ରକଳ୍ପ ସ୍ଥାପନ କରିବ। ଏଥିରେ ୧୦୦ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହ ୬୮ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ।
୨୦୨୦ ଫେବୃୟାରୀରୁ ରାଜ୍ୟ ସରକାର ୧,୧୯,୨୧୪.୭୨ କୋଟି ଟଙ୍କାର ପୁଞ୍ଜିନିବେଶକୁ ଆକୃଷ୍ଟ କରିପାରିଛନ୍ତି। ଏଥିରେ ୫୪,୧୩୧ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିଥିବା ବୈଠକରେ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?