୪ ପ୍ରକଳ୍ପ ପାଇଁ ୪୬୧ କୋଟି ମଞ୍ଜୁର

ପୁରୀ ଅଫିସ,୧୩।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ଭାବେ ଗଢ଼ାଯିବ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମି ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ, ହ୍ରଦ, ମାର୍କେଟ କମ୍ପ୍ଲେକ୍ସ, ପାର୍କିଂ ଆଦିର ପରିକଳ୍ପନା କରାଯାଇଛି। ଇତିମଧ୍ୟରେ କେତେକର କାମ ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟ କ୍ୟାବିନେଟରେ ପୁରୀର ୪ଟି ପ୍ରକଳ୍ପ ପାଇଁ ୪୬୧ କୋଟି ୨୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ଏ ନେଇ ସନ୍ଧ୍ୟାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଜିଲାର ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀମାନେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ଅର୍ଥ ମଞ୍ଜୁର ଫଳରେ ଆଗକୁ ପୁରୀର ବିକାଶ ପ୍ରକ୍ରିୟା ଆହୁରି ତ୍ୱରାନ୍ବିତ ହେବ ବୋଲି ସେମାନେ କହିଛନ୍ତି।
ଅବଢା ଯୋଜନାରେ ଜଗନ୍ନାଥ ବଲ୍ଲଭ ପରିସରରେ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ଓ ମୂଷା ନଦୀର ସମ୍ପ୍ରସାରଣ ପାଇଁ ଉପରୋକ୍ତ ପରିମାଣର ଅନୁଦାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦନ ପାଇଛି। ଆସନ୍ତା ୩୦ ମାସ ମଧ୍ୟରେ ଏହି ୪ଟି ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଓଡ଼ିଶା ସେତୁ ନିର୍ମାଣ ନିଗମ (ଓବିସିସି) ନାଗାର୍ଜୁନ କନ୍‌ଷ୍ଟ୍ରକଶନ କର୍ପୋରେଶନ ଲିମିଟେଡ ମାଧ୍ୟମରେ ଏହି ପ୍ରକଳ୍ପ କାମ କରିବ। ଶ୍ରୀମନ୍ଦିର ସ୍ଥାପତ୍ୟ କଳା ଅନୁସରଣ କରି ସମସ୍ତ ୪ଟି ପ୍ରକଳ୍ପ କାର୍ଯ୍ୟ ହେବ ବୋଲି କୁହାଯାଇଛି। ବୈଠକରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ସମେତ ଜିଲାପାଳ ବଲୱନ୍ତ ସିଂ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂକଳ୍ପକୁ ସମସ୍ତେ ଭୂୟସୀ ପ୍ରଶଂସା କରିବା ସହ ଆଜିର ଦିନକୁ ଐତିହାସିକ ଦିବସ ବୋଲି କହିଥିଲେ। ଜିଲାପାଳ କହିଥିଲେ ଯେ, ଶ୍ରୀସେତୁ ପାଇଁ ୯୦ ପ୍ରତିଶତ ଜମି ଅଧିଗ୍ରହଣ ସରିଛି। ପୁରୁଣା ଜେଲ୍‌ ପରିସରରେ ବହୁତଳ ପାର୍କିଂ ଏବଂ ମାର୍କେଟ କମ୍ପ୍ଲେକ୍ସ କାମ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗ ମିଳିଲେ ପ୍ରକଳ୍ପ କାମ ଶୀଘ୍ର ଶେଷ ହେବ। ଅନ୍ୟପକ୍ଷରେ ପୁରୀ ବିଧାୟକ ଷଡ଼ଙ୍ଗୀ କହିଥିଲେ, ବିସ୍ଥାପିତ ହୋଇଥିବା ଉଠାଦୋକାନୀ ଓ ବ୍ୟବସାୟୀଙ୍କ ମଧ୍ୟରୁ କେତେଜଣଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟମାନଙ୍କ ଜୀବନ ଦୁର୍ବିଷହ ହୋଇପଡ଼ିଲାଣି। ସେମାନଙ୍କୁ ତୁରନ୍ତ ଥଇଥାନ କରାଯାଉ। ସେହିପରି ବ୍ରହ୍ମଗିରି ବିଧାୟକ ମଧ୍ୟ ଅନୁରୂପ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri