୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୪ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୧୧ା୩: ଅବକାରୀ କମିଶନର ଆଶିଷ ସିଂ ଓ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍‌ ଶୁକ୍ରବାର ପୃଥକ ୩ଟି ସ୍ଥାନରୁ ୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ସହ ଏକ ଟ୍ରକ ଜବତ କରିଥିବା ଅବକାରୀ ଉପ ଆୟୁକ୍ତ ରାଜେନ୍ଦ୍ର ଭତ୍ରା ଏହି ସୂଚନା ଦେଇଛନ୍ତି।

ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ ହେଉଥିବା ଖବର ମିଳିବା ପରେ ଅବକାରୀ ଉପ ଆୟୁକ୍ତ ଭତ୍ରାଙ୍କ ତତ୍ତ୍ୱାବଧାନରେ ୧୦ ଜଣିଆ ଟିମ୍‌ ୩ଟି ଦଳରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଗୋଟିଏ ଦଳ ଭୋର୍‌ରେ ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଜଣେ ଯୁବକଙ୍କୁ ଅଟକାଇ ତାଙ୍କ ବ୍ୟାଗ ଯାଞ୍ଚ କରିଥିଲେ। ସମ୍ପୃକ୍ତ ଯୁବକ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ଜଳେଶ୍ୱର ମାଲିକଙ୍କ ବ୍ୟାଗରୁ ୧୫ କେଜି ଗଞ୍ଜେଇ ମିଳିଥିଲା।

ସେହିପରି ଅନ୍ୟ ଏକ ଦଳ ରେଳଷ୍ଟେଶନ ରାସ୍ତା ନେହେରୁ ପାର୍କ ନିକଟରୁ କନ୍ଧମାଳ ବାଲିଗୁଡା ଅଞ୍ଚଳର ଯଜ୍ଞରାଜ ମାଲିକଙ୍କୁ ଧରି ତାଙ୍କ ବ୍ୟାଗ ଯାଞ୍ଚ କରିବାରୁ ୧୭ କେଜି ଗଞ୍ଜେଇ ମିଳିଥିଲା। ଉଭୟଙ୍କୁ ଜେରା ବେଳେ ସେମାନେ କନ୍ଧମାଳରୁ ଗଞ୍ଜେଇ ଆଣି ଟ୍ରେନରେ ସୁରଟ ଚାଲାଣ କରିବାକୁ ରେଳଷ୍ଟେଶନ ଯାଉଥିଲେ ବୋଲି ସ୍ବୀକାର କରିଛନ୍ତି।

ସେହିପରି ଅନ୍ୟ ଏକ ଦଳ ଫାଷ୍ଟଗେଟ ଡୁଡୁମା କଲୋନୀ ନିକଟରେ ବ୍ଲକିଂ କରିଥିଲା। ବ୍ରହ୍ମପୁର ସହରକୁ ପ୍ରବେଶ କରୁଥିବା ଏକ ଟ୍ରକ (ନଂ ୟୁପି ୨୫ ଡିଟି ୪୮୯୭)କୁ ଅଟକାଇ ଯାଞ୍ଚ କରିଥିଲା। ଉକ୍ତ ଟ୍ରକରେ ୪୦୦ କେଜି ଗଞ୍ଜେଇ ଥିବା ଜଣାପଡିଥିଲା। ଟ୍ରକରୁ ଦୁଇ ଜଣଙ୍କୁ ଅବକାରୀ ପୋଲିସ କାବୁ କରିଥିଲା। ସେମାନେ ହେଲେ ଉତ୍ତପ୍ରଦେଶ ରାଇବରେଲିର ରାମ ଦାସ ଓ ଭୁପିନ୍ଦର ସିଂ। ଉଭୟେ ଗଜପତି ଜିଲାରୁ ଗଞ୍ଜେଇ ଆଣି ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶ ଚାଲାଣ କରିଥାନ୍ତେ ବୋଲି ଜେରା ବେଳେ ଜଣାପଡିଛି। ଏହି ୩ ଘଟଣାରେ ପୃଥକ ୩ ମାମଲା (ନଂ. ୫୬୧, ୫୬୨ ଓ ୫୬୩/୨୧-୨୨) ରୁଜୁ କରାଯାଇ ୪ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଚଢ଼ାଉରେ ଅବକାରୀ ଗୁଇନ୍ଦା ଉପ ଅଧୀକ୍ଷକ କୁବେର ସେଠୀ, ଇନ୍ସପେକ୍ଟର ଗୀତାଞ୍ଜଳି ସାହୁ, ଏଏସଆଇ ବ୍ରଜ ବିହାରୀ ନାୟକ ଓ ଅନ୍ୟ ଅଧିକାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?