୮ ଶ୍ରେଣୀକୁ ୪ କକ୍ଷ

କୋଡ଼ପଡ଼ା,୧୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବହୁ ସମସ୍ୟା ଘେରରେ ରହିଛି। ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରମାନେ ପାଳିକରି ଶ୍ରେଣୀ କକ୍ଷରେ ବସୁଛନ୍ତି। ଏନେଇ ଗ୍ରାମବାସୀ ବାରମ୍ବାର ଘସିପୁରା ବିଇଓଙ୍କ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ଅଦ୍ୟାବଧି ଶ୍ରେଣୀ ଗୃହ ନିର୍ମାଣ ହୋଇପାରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।
ଯେ, ୧୯୫୭ରେ ସ୍ଥାପିତ ଏହି ବିଦ୍ୟାଳୟଟି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୩୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ୮ଜଣ ଶିକ୍ଷକ ଶିକ୍ଷାଦାନ କରୁଥିବା ବେଳେ ମାତ୍ର ୪ ଶ୍ରେଣୀ ଗୃହ ରହିଛି। ଦୀର୍ଘଦିନ ଧରି ଶ୍ରେଣୀଗୃହ ଅଭାବରୁ ଶୀତ, ବର୍ଷା, ଖରାରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ବାରଣ୍ଡାରେ ପାଠ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ପାଳିକରି ପିଲାମାନେ ଶ୍ରେଣୀ କକ୍ଷରେ ବସୁଛନ୍ତି। ସେହିପରି ବିଦ୍ୟାଳୟରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଶୌଚାଳୟ ଥିଲେ ମଧ୍ୟ ପାଣିର ସୁବିଧା ନ ଥିବାରୁ ଛାତ୍ରୀଛାତ୍ର ଶୌଚ ପାଇଁ ଘରକୁ ଯାଉଛନ୍ତି। ବିଦ୍ୟାଳୟର ଚତୁର୍ପାଶ୍ୱରେ ଉଚ୍ଚ ପ୍ରାଚୀର ନ ଥିବାରୁ ବୁଲା କୁକୁର ସହ ଗୋରୁ ଅବାଧରେ ବିଦ୍ୟାଳୟରେ ପ୍ରବେଶ କରୁଥିବାର ଦେଖାଯାଇଛି। ମୁଖ୍ୟ ସମସ୍ୟା ଭାବେ ଶ୍ରେଣୀଗୃହ ଅଭାବ ଯୋଗୁ ବହୁ ଅଭିଭାବକ ବାଧ୍ୟହୋଇ ଅନ୍ୟ ବିଦ୍ୟାଳୟରେ ପିଲାଙ୍କ ନାମ ଲେଖାଉଥିବା ପ୍ରକାଶ କରିଛନ୍ତି। ସମସ୍ୟା ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଘଟଣା ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ପ୍ରଦୀପ ସାହୁଙ୍କୁ ପଚରାଯିବାରୁ ଅସୁବିଧା ନେଇ ସେ ଘସିପୁରା ବିଡିଓଙ୍କ ସହ ଯୋଗାଯୋଗ କରିବେ ବୋଲି ପ୍ରକାଶ କରିଥିଲେ। ସେହିପରି ଘସିପୁରା ବିଇଓ ତପୋଧନ ସ୍ବାଇଁ କହିଛନ୍ତି, ବର୍ତ୍ତମାନ ସର୍ବଶିକ୍ଷା ଅଭିଯାନ ତରଫରୁ ଗୃହ ନିର୍ମାଣ ପାଇଁ ଟଙ୍କା ଆସୁନାହିଁ। ସ୍ଥାନୀୟ ପଞ୍ଚାୟତକୁ ଉକ୍ତ ଦାୟିତ୍ୱ ହସ୍ତାନ୍ତର କରାଯାଇଥିବାରୁ ଏନେଇ ସରପଞ୍ଚଙ୍କୁ ଅବଗତ କରିବେ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri