ବାର୍‌ହା ଆକ୍ରମଣରେ ୪ ଗୁରୁତର

କେନ୍ଦୁଝର,୫ା୪(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାମେବାରୀ ସେକ୍ସନ ଜଜାଙ୍ଗ ପାଚେରୀ ସାହିରେ ବୁଧବାର ଏକ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଜଜାଙ୍ଗ ଗ୍ରାମର ମାନସିଂହ ମୁଣ୍ଡା,ଭଟ୍ଟ ମାଝି,କବିତା ସେଠୀ ଓ ତାଙ୍କ ୪ବର୍ଷର ଶିଶୁ ପୁତ୍ର।

ଖବର ନେବାରୁ ଜଣାପଡ଼ିଛି,ବୁଧବାର ପୂର୍ବାହ୍ନରେ ପ୍ରଥମେ ପାଚେରି ସାହିରେ ରହୁଥିବା କବିତା ସେଠୀଙ୍କ ଘରକୁ ପଶି ତାଙ୍କ ୪ବର୍ଷର ଶିଶୁପୁତ୍ରକୁ ଆକ୍ରମଣ କରି ଲହୁଲୁହାଣ କରିଥିଲା। ଶିଶୁପୁତ୍ରକୁ ଉଦ୍ଧାର କରିବାକୁ ଯାଇ କବିତା ସେଠୀ ବାର୍‌ହା ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ମଧ୍ୟ ବାର୍‌ହାଟି ଆକ୍ରମଣ କରି ରକ୍ତାକ୍ତ କରି ଗୁରୁତର କରିଥିଲା। ସେ ଚିତ୍କାର କରିବାରୁ ସ୍ଥାନୀୟ ଗ୍ରାମବାସୀ ସେଠାକୁ ପହଞ୍ଚି ବାର୍‌ହାକୁ ଗୋଡ଼ାଇବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ବାରହାଟି ପାଲଟା ଆକ୍ରମଣ କରି ମାନସିଂହ ମୁଣ୍ଡା,ଭଟ୍ଟ ମାଝିକୁ ଗୁରୁତର କରି ଚାଲିଯାଇଥିଲା। ବନ ବିଭାଗ ଖବର ପାଇ ଯୋଡ଼ା ବନପାଳ ଦାୟିତ୍ବରେ ଥିବା ବନପାଳ କାଳିନ୍ଦୀ ଚରଣ ସାମଲ,ବାମେବାରୀ ବନପାଳ ରତ୍ନାକର ମହାନ୍ତ ସଦଳବଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ଚମ୍ପୁଆ ରେଞ୍ଜର ଅକ୍ଷୟ କୁମାର ଛତିଆ ଓ୍ବାଇଲ୍ଡ ଲାଇଫ୍‌ ପ୍ରୋଟେକ୍ସନର ଟ୍ରାଙ୍କୁଲାଇଜର ଏକ୍ସପର୍ଟଙ୍କୁ ଧରି ଘଟଣାସ୍ଥଳରେ ପହଞ୍ଚି ବାର୍‌ହାକୁ ଟ୍ରାଙ୍କୁଲାଇଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri