କେନ୍ଦୁପତ୍ର ବାନ୍ଧିବାକୁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଲେ ୪ ବ୍ୟକ୍ତି

କେନ୍ଦୁଝର,୨୨।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀ ଉପଦ୍ରବ ଥମିବାର ନା ନେଉନି। ଆମ୍ବ, ପଣସ ଖାଇବାକୁ ହାତୀ ଗାଁ ମୁହାଁ ହେଉଛନ୍ତି। ଏପରି କି ହାତୀ ଉପଦ୍ରବ ଯୋଗୁ ଲୋକେ ଆତଙ୍କିତ ହୋଇପଡିଛନ୍ତି। ଏଣେ ବନ କର୍ମଚାରୀ ଧର୍ମଘଟ କରି ଜଙ୍ଗଲକୁ ଯାଉ ନ ଥିବା ବେଳେ ଲୋକ ହାତୀ ଆକ୍ରମଣର ଶୀକାର ହେଉଛନ୍ତି। ଦୁଇଟି ପୃଥକ ସ୍ଥାନରେ ଗୁରୁବାର ହାତୀ ଆକ୍ରମଣରେ ୪ଜଣ ମୃତ୍ୟୁମୁଖରୁ ବର୍ତ୍ତି ଯାଇଥିଲେ ହେଁ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ସେମାନେ ଗରିବ ଶ୍ରେଣୀର ହୋଇଥିବା ବେଳେ କେନ୍ଦୁପତ୍ର ତୋଳି ନିଜ ପରିବାର ପ୍ରତିପୋଷଣ କରୁଥିଲେ। ଆହତମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି। ସେମାନେ ହେଲେ କୁଣ୍ଢେଇହତା ଗ୍ରାମର ହେମନ୍ତ ସେଠୀ(୩୮), ଦିତିକୃଷ୍ଣ ଦେହୁରୀ (୩୭), ଗୋପୀନାଥ ଦେହୁରୀ (୫୫) ଓ ମଲଣ୍ଡା ଗ୍ରାମର ଚୁଡ଼ିଆ ମୁଣ୍ଡା(୫୭)। ହେମନ୍ତ ଓ ଚୁଡିଆଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଛି।

ମିଳିଥିବା ସୂଚନା ମୁତାବକ, କୁଣ୍ଢେଇହତା ଗ୍ରାମର ୩ଜଣ ଗୁରୁବାର ସକାଳେ ପୁରୁଷୋତ୍ତମପୁର ଫଡ଼ି କେନ୍ଦ୍ରକୁ କେନ୍ଦୁପତ୍ର ବାନ୍ଧିବାକୁ ସାଇକେଲ ଯୋଗେ ଯାଉଥିଲେ। ସେତିକିବେଳେ ଏକ ଦନ୍ତା ହାତୀ ରାସ୍ତା ଉପରକୁ ଚାଲିଆସିଥିଲା। ଫଳରେ ସେମାନେ ସାଇକେଲ ଛାଡ଼ି ପ୍ରାଣ ବିକଳରେ ଦୌଡି ପଳାଇବାକୁ ଉଦ୍ୟମ କରିଥିଲେ। ହେଲେ ସେମାନଙ୍କ ମଧ୍ୟରୁ ହେମନ୍ତ ହାତୀ ହାବୁଡ଼ରେ ପଡିଯାଇଥିଲା। ହାତୀ ତାଙ୍କୁ ଶୁଣ୍ଢରେ ଟେକି ଫୋପାଡି ଦେଇଥିଲା। ଫଳରେ ସେ ଏକ ବୁଦାରେ ପଡ଼ିଥିଲେ। ହାତୀଟି ତାଙ୍କୁ ଦେଖି ନ ପାରି ରାଗରେ ତାଙ୍କ ସାଇକେଲକୁ ଦଳି ଦେଇଥିଲା। ଗ୍ରାମବାସୀଙ୍କ ପାଟି ଶୁଣି ହାତୀ ଜଙ୍ଗଲ ଭିତରକୁ ଚାଲି ଯାଇଥିଲା। ଅନ୍ୟ ଦୁଇ ଜଣ ଖଣ୍ଡିଆ ଖାବରା ହୋଇ ଧାଇଁ ପକାଇଥିଲେ। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ତେଲକୋଇ ଗୋଷ୍ଟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

ସେହିପରି ଅନ୍ୟ ଏକ ଘଟଣାରେ ମାଲଣ୍ଡା ଗ୍ରାମର ଚୁଟିଆ ମୁଣ୍ଡା ବନ୍ଧନଝରି ଗ୍ରାମ ନିଜ ଚାଷ ଜମିକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଯାଇଥିଲେ। ହାତୀ ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ବିଭାଗ କର୍ମଚାରୀ ଉଦ୍ଧାର କରି ତାଙ୍କୁ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?