ବାଘ ଆକ୍ରମଣରେ ୪ ଗୁରୁତର, ଗଡ଼ ଗାଁରେ ଆତଙ୍କ

ଖଇରା,୮ା୬(ଉତ୍କଳବନ୍ଧୁ ପଣ୍ଡା): ଶନିବାର ଅପରାହ୍ନରେ ବାଲେଶ୍ୱର ଜିଲା ଖଇରା ବ୍ଲକ ନୟାଖଣ୍ଡି  ପଞ୍ଚାୟତ ଅଧୀନ ଗଡ଼ ଗ୍ରାମରେ ଏକ ବାଘ ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି। ମହିଳା ଜଣକ ହେଲେ ଗ୍ରାମର ଗଣନାଥ ନାୟକଙ୍କ ସ୍ତ୍ରୀ ସତ୍ୟଭାମା(୫୦) ଓ ତାଙ୍କ ପୁଅ ରଧାକାନ୍ତ। ଗ୍ରାମର ଟଙ୍କଧର କେସି ଓ ଅନ୍ୟ ଜଣେ ମଧ୍ୟ ଗୁରୁତର ହୋଇଛନ୍ତି। ସୋମାନଙ୍କୁ ପ୍ରଥମେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର
ଓ ପରେ ଭଦ୍ରକ ସ୍ଥାନାନ୍ତର କରାଯାଇଛି। ଅପରାହ୍ନରେ ସତ୍ୟଭାମା ପୁଅ ଓ ସ୍ବାମୀଙ୍କ ସହ ଘର ନିକଟସ୍ଥ ବାଡ଼ିରେ କାମ କରୁଥିବା ସମୟରେ ବାଘଟି ପ୍ରଥମେ ତାଙ୍କୁ ଆକ୍ରମଣ କରିଥିଲା। ଆକ୍ରମଣ ପରେ ସେ ଚିତ୍କାର କରିବାରୁ ନିକଟରେ ଥିବା ତାଙ୍କ ପୁଅ ଓ ସ୍ବାମୀ ପାଟି କରି ତାଙ୍କ ନିକଟକୁ ଯାଇଥିଲେ। ଏହି ସମୟରେ ବାଘଟି ସେଠାରୁ ଗର୍ଜନ କରି ଗ୍ରାମଭିତରକୁ ପଳାଇଥିଲା। ଗ୍ରାମବାସୀ ଏକତ୍ର ହୋଇ ବାଘଟିକୁ ଗୋଡ଼ାଇବାରୁ ବାଘଟି କେଉଁଠାରେ ଲୁଚି ଯାଇଥିଲା। ଖବରପାଇ କୁପାରୀ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହ ମିଶି ନିକଟରେ ଥିବା ଏକ ବଣରେ ବାଘକୁ ଖୋଜାଖୋଜି କରୁଥିଲେ। ଏହି ସମୟରେ ବାଘଟି ପୁନର୍ବାର ସତ୍ୟଭାମାଙ୍କ ଘରକୁ ଆସି ତାଙ୍କ ପୁଅ ରାଧାକାନ୍ତ (୨୦)ଙ୍କୁ ଆକ୍ରମଣ କରିବା ସହ ସେଠାରେ ଉପସ୍ଥିତ ଥିବା ଟଙ୍କଧର କେସି (୫୫) ଓ ଅନ୍ୟଜଣକୁ ଆକ୍ରମଣ କରି ପୁନର୍ବାର କୌଣସି ବୁଦାମୂଳରେ ଲୁଚି ଯାଇଥିଲା। ଏହା ଏକ କଲରାପତିଆ ବାଘ ବୋଲି ସନ୍ଦେହ କରାଯାଉଛି। ଏବେ ଗ୍ରାମରେ ଭୟ ଓ ଆତଙ୍କ ଖେଳି ଥିବାବେଳେ ବାଘକୁ ଧରିବା ଲାଗି ଉଭୟ ଗ୍ରାମବାସୀ ଓ ବନ କର୍ମଚାରୀ ପ୍ରୟାସ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?