ଚିନି ଭାବି ୟୁରିଆ ଖାଇ ୪ଗୁରୁତର

ଦେବଗଡ଼,୨୩ା୭(ଡି.ଏନ୍‌.ଏ): ଚିନି ଭାବି ୟୁରିଆ ସାର ଖାଇଦେବାରୁ ୩ ଶିଶୁ ଓ ଜଣେ ବୃଦ୍ଧା ଗୁରୁତର ଅସୁସ୍ଥ ହୋଇଛନ୍ତି। ଶୁକ୍ରବାର ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ବମ୍ପରଡା ଗ୍ରାମରେ। ଗୁରୁତର ୪ଜଣ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି।
ସୂଚନା ଅନୁଯାୟୀ, ବମ୍ପରଡା ଗ୍ରାମର ସନ୍ତୋଷ ବେହେରାଙ୍କୁ ଚାଷକାର୍ଯ୍ୟରେ ସାହାଯ୍ୟ କରିବା ପାଇଁ ତାଙ୍କ ଘରକୁ ଉକ୍ତ ଗ୍ରାମରେ ରହୁଥିବା ଝିଅ କୁନ୍ତଳା, ତଅପୋଇ ଏବଂ ଅନୁଗୋଳ ଜିଲାର ପୁଡାଗଡ଼ ଗ୍ରାମରେ ରହୁଥିବା ଝିଅ କୈକେୟୀ ଗୋଚ୍ଛାୟତ ଆସିଥିଲେ। ଶୁକ୍ରବାର ପହ୍ଲା ମାରିବା, ପହ୍ଲା ରୁଆ କାମ ଥିବାରୁ ତିନିଝିଅ କୁନ୍ତଳା, ତଅପୋଇ ଓ କୈକେୟୀ ମା’ ଯମୁନା(୬୦)ଙ୍କ ଜିମାରେ ପିଲାଙ୍କୁ ଛାଡିଦେଇ ବାପାଙ୍କ ସହ ଚାଷଜମିକୁ ଯାଇଥିଲେ। ଏହି ସମୟରେ କୁନ୍ତଳାଙ୍କ ପୁଅ ପିଙ୍କୁ (୫ବର୍ଷ), କୈକେୟୀଙ୍କ ଝିଅ ସୁଷମା (୧୫ମାସ) ଓ ତଅପୋଇଙ୍କ ଝିଅ ଅରୁଣି (୧୩ମାସ) ଚିନି ଭାବି ଘରେ ଥିବା ବସ୍ତାରୁ ୟୁରିଆ ସାର ବାହାର କରି ଚୁଡାରେ ପକାଇ ଖାଇଦେଇଥିଲେ। ତେବେ ଚୁଡା ପିତା ଲାଗିବାରୁ ପିଙ୍କୁ ଏକଥା ଆଈ ଯମୁନାଙ୍କୁ ଜଣାଇବା ସହ ବାନ୍ତି କରିଥିଲେ। ଫଳରେ ଯମୁନା ପିଙ୍କୁ ଖାଉଥିବା ଚୁଡାକୁ ପରୀକ୍ଷାମୂଳକ ଭାବେ ଖାଇ ବାନ୍ତି କରିଥିଲେ। ଏହା ପରେ ଅନ୍ୟ ୨ ଶିଶୁକନ୍ୟା ମଧ୍ୟ ବାନ୍ତି କରିଥିଲେ। ଏହି ସମୟରେ କୁନ୍ତଳା, ତଅପୋଇ ଓ କୈକେୟୀ ଖାଇବା ପାଇଁ ଘରକୁ ଫେରିବାରୁ ଛୁଆମାନେ ଚିନି ଭାବି ୟୁରିଆ ସାର ଖାଇଦେଇଥିବା ଜାଣିବାକୁ ପାଇଥିଲେ। ଫଳରେ ୪ଜଣଙ୍କୁ ବମ୍ପରଡା ଡାକ୍ତରଖାନାକୁ ଚିକିତ୍ସା ଲାଗି ନିଆଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ଅଧିକ ଚିକିତ୍ସା ନିମନ୍ତେ ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?