ଏମ୍‌ସ ପକ୍ଷରୁ ୪ ସେବା ଆରମ୍ଭ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସାମ୍ପ୍ରତିକ କୋଭିଡ୍‌ ମହାମାରୀ ଯୋଗୁ ସାଧାରଣ ଲୋକେ ଡାକ୍ତରଖାନାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସଂକ୍ରମଣ ରୋକିବାକୁ କଟକଣା ଯୋଗୁ ଡାକ୍ତରଖାନାକୁ ପ୍ରବେଶ ବାରଣ କରାଯାଉଥିବାରୁ ବିଶେଷ କରି ଉପଲବ୍ଧ ଶଯ୍ୟା ଓ ଚିକିତ୍ସିତ ରୋଗୀଙ୍କ ସମ୍ପର୍କରେ ଠିକ୍‌ ସୂଚନା ପାଇପାରୁନାହାନ୍ତି। ଏଭଳି କେତେକ ସମସ୍ୟା ଦୂର ପାଇଁ ଭୁବନେଶ୍ୱର ଏମ୍‌ସ ପ୍ରଶାସନ ତରଫରୁ ୪ଟି ସେବା ଆରମ୍ଭ କରାଯାଇଛି। ଡାକ୍ତରଖାନାରେ ଉପଲବ୍ଧ ଥିବା ଖାଲି ଶଯ୍ୟା ସଂଖ୍ୟା ସମ୍ପର୍କରେ ସୂଚନା ପ୍ରଦାନ ପାଇଁ ୨୪ ଘଣ୍ଟିଆ ହେଲ୍ପ ଲାଇନ୍‌ (ନଂ.୦୬୭୪-୨୪୭୬୭୮୯) ସେବା ଆରମ୍ଭ ହୋଇଛି। ସେହିପରି ଚିକିତ୍ସିତ ହେଉଥିବା ରୋଗୀଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ନିୟମିତ ଭାବେ ସୂଚନା ପାଇବା ପାଇଁ ବ୍ୟବସ୍ଥା କରାଯାଇଛି। ରୋଗୀଙ୍କ ସମ୍ପର୍କୀୟମାନେ ଏମ୍‌ସ ୱେବ୍‌ସାଇଟ୍‌ରେ ରୋଗୀଙ୍କ ସିଆର୍‌ ନମ୍ବରକୁ ବ୍ୟବହାର କରି ନିୟମିତ ଭାବେ ସୂଚନା ପାଇପାରିବେ। ସେହିପରି ୭୬୫୫୦୭୩୦୨୭ ନମ୍ବରକୁ କଲ୍‌ କରି ଚିକିତ୍ସିତ ରୋଗୀଙ୍କୁ ସେବା ଯୋଗାଉଥିବା ନର୍ସିଂ ଅଧିକାରୀଙ୍କ ସହ ଆଲୋଚନା କରି ସ୍ବାସ୍ଥ୍ୟ ଓ ସେବା ସମ୍ପର୍କରେ ସୂଚନା ପାଇପାରିବେ। ଏଥିପାଇଁ ଟେଲି ନର୍ସିଂ ସେବା ଏମ୍‌ସ ତରଫରୁ ଆରମ୍ଭ କରାଯାଇଛି। କୋଭିଡ୍‌ ସମ୍ପର୍କରେ ନିରନ୍ତର ଭାବେ ୨୪ଘଣ୍ଟା ସହାୟତା ଯୋଗାଇ ଦେବା ପାଇଁ ଏକ ସ୍ବତନ୍ତ୍ର କୋଭିଡ୍‌ ଟେଲି ମେଡିସିନ ସେବା ଯୋଗାଇ ଦିଆଯାଉଛି। ସାଧାରଣ ଲୋକେ ୮୨୮୦୩୪୬୬୮୪ ନମ୍ବରରେ କଲ୍‌ କରି କିମ୍ବା ସାମାଜିକ ଗଣମାଧ୍ୟମ ଫେସ୍‌ବୁକ (ମେସେଞ୍ଜର) ଜରିଆରେ ଏହି ସେବା ପାଇପାରିବେ। ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କୁ ସୂଚନା ଓ ସହାୟତା ପ୍ରଦାନ ପାଇଁ ଡାକ୍ତରଖାନା ପରିସରରେ ୨୪ ଘଣ୍ଟିଆ ଏକ ହେଲ୍ପ ଡେସ୍କ ଏବଂ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇ ନିରନ୍ତର ଭାବେ ସୂଚନା ପ୍ରଦାନ କରାଯାଉଛି ବୋଲି ଏମ୍‌ସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଏହା ବ୍ୟତୀତ ଅଣ କୋଭିଡ୍‌ ରୋଗୀଙ୍କ ପାଇଁ ‘ଟେଲିମେଡିସିନ ସ୍ବାସ୍ଥ୍ୟ ଆପ୍‌’ ଏବଂ ‘ଟେଲିମେଡିସିନ ବହିର୍ବିଭାଗ (ଓପିଡି)’ ଜରିଆରେ ସ୍ବାସ୍ଥ୍ୟ ଓ ଚିକିତ୍ସା ସମ୍ପର୍କରେ ସୂଚନା ଓ ସେବା ପ୍ରଦାନ କରାଯାଉଛି। କୋଭିଡ୍‌ କଟକଣା ଓ ଗାଇଡ୍‌ଲାଇନକୁ ପାଳନ କରାଯାଇ ହସ୍ପିଟାଲ ତରଫରୁ ରୋଗୀଙ୍କ ସମ୍ପର୍କୀୟ/ଆଟେଣ୍ଡାଣ୍ଟଙ୍କୁ (ସେଲ୍ଫ କାଟେରିଂ ଜରିଆରେ) ନିଶୁଳ୍କ ଭୋଜନ ପ୍ରଦାନ କରାଯାଉଛି। କୋଭିଡ୍‌ ମହାମାରୀ ପ୍ରାରମ୍ଭରୁ ଅଦ୍ୟାବିଧି କୋଭିଡ୍‌ ୱାର୍ଡ/ଆସିୟୁରେ ୫୦୦୦ରୁ ଊର୍ଦ୍ଧ୍ୱ ରୋଗୀ ଚିକିତ୍ସିତ ହୋଇସାରିଛନ୍ତି ବୋଲି ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri