୪ ପିଲାଙ୍କୁ ଛୁରାମାଡ଼

ପ୍ୟାରିସ୍‌,୯ା୬ : ଫ୍ରାନ୍ସର ଆନ୍ନେସି ସହରରେ ଜଣେ ବ୍ୟକ୍ତିଙ୍କ ଛୁରାମାଡ଼ରେ ୪ ଛୋଟପିଲାଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ଆକ୍ରମଣକାରୀ ଛୁରାମାଡ଼ କରିବା ପରେ ଦୌଡ଼ି ପଳାଉଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହୋଇଛି। ୬ ସେକେଣ୍ଡର ଉକ୍ତ ଭିଡିଓକୁ ଜଣେ ଫ୍ରିଲାନ୍ସ ଜର୍ନାଲିଷ୍ଟ ଟୁଇଟରରେ ପୋଷ୍ଟ କରିଥିଲେ।
ଅଭିଯୁକ୍ତଙ୍କ ବୟସ ପ୍ରାୟ ୩୦ ବର୍ଷ ହେବ। ସେ ଜଣେ ସିରିଆ ନାଗରିକ। ଗତ ଏପ୍ରିଲରେ ସୁଇଡେନ୍‌ରେ ତାଙ୍କୁ ଶରଣାର୍ଥୀ ମାନ୍ୟତା ଦିଆଯାଇଥିଲା ବୋଲି ପୋଲିସ କହିଛି। ଜଣେ ଫୁଟ୍‌ବଲ ଖେଳାଳି କହିଛନ୍ତି, ପାର୍କରେ ସେ ସମସ୍ତଙ୍କୁ ଆକ୍ରମଣ କରିବାକୁ ଚାହୁଁଥିଲେ। ଗୃହମନ୍ତ୍ରୀ ଗେରାଲ୍ଡ ଡରମାନିଆନ୍‌ ଟୁଇଟ୍‌ କରିଛନ୍ତି, ଅପରାଧୀଙ୍କୁ ପୋଲିସ ଗିରଫ କରିଛି। ପୀଡ଼ିତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ ଏହାକୁ ଜଣେ ଅତି ଭୀରୁଙ୍କ ଆକ୍ରମଣ ବୋଲି ଅଭିହିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri