ଓସିଏସ୍‌ ପାଇଲେ କିସ୍‌ର ୪ ଛାତ୍ରୀଛାତ୍ର

ଭୁବନେଶ୍ୱର,୯।୧୦(ବ୍ୟୁରୋ):ଚଳିତ ଶିକ୍ଷାବର୍ଷରେ ଆବାସିକ ଜନଜାତି ଅନୁଷ୍ଠାନ କିସ୍‌ର ଛାତ୍ରୀଛାତ୍ର ଉଚ୍ଚକୋଟୀର ଶୈକ୍ଷିକ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ଓସିଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ୩୯୨ଜଣଙ୍କ ମଧ୍ୟରୁ କିସ୍‌ରୁ ୪ଜଣ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲାର ରାଇମାତ ଟୁଡୁ, ବଲାଙ୍ଗୀରର ମଣ୍ଟୁ ଖମାରୀ ଓ ହେମନ୍ତ ପୁଟା ଏବଂ କଳାହାଣ୍ଡିର ନୀଳମାଧବ ପାତ୍ର। ଏହାବ୍ୟତୀତ କିସ୍‌ର ୨୫ଜଣ ଛାତ୍ରୀଛାତ୍ର ଚଳିତବର୍ଷ ନ୍ୟାଶନାଲ୍‌ ଫେଲୋଶିପ୍‌ ଫର୍‌ ସିଡ୍ୟୁଲ୍ଡ ଟ୍ରାଇବ୍‌ ମେଧାବୃତ୍ତି ପାଇ ପିଏଚ୍‌ଡି କରୁଛନ୍ତି। ପିଏଚ୍‌ଡି କରିବା ସମୟରେ ଏହି ଛାତ୍ରୀଛାତ୍ର କେନ୍ଦ୍ର ସରକାରଙ୍କଠାରୁ ମାସକୁ ୩୫ ହଜାର ଟଙ୍କା ଲେଖାଏ ମେଧାବୃତ୍ତି ପାଇବେ। ସେହିପରି ୧୭ଜଣ ଛାତ୍ରୀଛାତ୍ର ନିଟ୍‌ରେ ସଫଳତା ପାଇଥିବାବେଳେ ଜେଇଇ ଆଡ୍‌ଭାନ୍ସରେ ମଧ୍ୟ ୩ଜଣ କୃତକାର୍ଯ୍ୟ ହୋଇଛନ୍ତି। ଚଳିତବର୍ଷ ବିଭିନ୍ନ କ୍ଷେତ୍ରରେ ସଫଳତା ଲାଭ କରିଥିବା ଛାତ୍ରୀଛାତ୍ର କିସ୍‌ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଦେବା ସହ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri