୮ ଶ୍ରେଣୀ ପାଇଁ ୪ ଶିକ୍ଷକ

ବାହାନଗା,୨୭ା୨(ଡି.ଏନ.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଳକ ପଥରପେଣ୍ଠ ପଞ୍ଚାୟତର ଶିବପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ବିଦ୍ୟାଳୟରେ ୮ ଶ୍ରେଣୀ ନିମନ୍ତେ ୪ ଶିକ୍ଷକ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି। ଶ୍ରେଣୀଗୃହ ସମେତ ଆବଶ୍ୟକ ଶିକ୍ଷକ ନ ଥିବାରୁ ଗ୍ରାମବାସୀ ଓ ଅଭିଭାବକମାନେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଜଣେ ଶିକ୍ଷକଙ୍କୁ ସେଠାରେ ନିଯୁକ୍ତି କରାଯିବାର ପ୍ରତିଶ୍ରୁତି ପାଇବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ସରକାରୀ ପ୍ରାଥମିକ ବିଦ୍ୟାଳୟ ୧୯୩୨ରେ ପ୍ରତିଷ୍ଠା ହୋଇଥିଲା। ଏହି ବିଦ୍ୟାଳୟରେ ପ୍ରଥମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୧୭୫ ଜଣ ଛାତ୍ରୀଛାତ୍ର ପାଠ ପଢ଼ନ୍ତି। ୮ଶ୍ରେଣୀ ଓ ଏତେ ପିଲାଙ୍କ ପାଇଁ ମାତ୍ର ୪ଜଣ ଶିକ୍ଷକ ନିଯୁକ୍ତି ହୋଇ ପାଠ ପଢ଼ାଉଛନ୍ତି। ବିଦ୍ୟାଳୟରେ କିପରି ପାଠପଢ଼ା ହେଉଛି ତାହ ଏଥିରୁ ସ୍ପଷ୍ଟ ଅନୁମେୟ। ଉପଯୁକ୍ତ ଶ୍ରେଣୀଗୃହ ନ ଥିବା ବେଳେ ସେଥିମଧ୍ୟରୁ ବିଦ୍ୟାଳୟରେ ଗୋଷ୍ଠୀ ସାଧନା କେନ୍ଦ୍ରର ସେଣ୍ଟର ହୋଇଥିବାରୁ ସେହି ଦାୟିତ୍ୱରେ ଥିବା ଶିକ୍ଷକ ସିଆର୍‌ସିସି ହୋଇଥିବାରୁ ଆଉ ବିଦ୍ୟାଳୟକୁ ପାଠ ପଢ଼ାଇବାକୁ ଆସୁନାହାନ୍ତି ା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୦୧୪ରୁ ଏଠାରେ ନୂତନ କରି ୮ମ ଶ୍ରେଣୀ ଖୋଲାଯାଇଛି। ମାତ୍ର ୮ଟି ଶ୍ରେଣୀରେ ୪୦ ଜଣ ଛାତ୍ରୀଛାତ୍ର ପାଠ ପଢୁଥିବା ବେଳେ ବିଦ୍ୟାଳୟରେ ମାତ୍ର ୪ଜଣ ଶିକ୍ଷକ ଅଛନ୍ତି ା ଫଳରେ ଆବଶ୍ୟକ ଶିକ୍ଷକ ନ ଥିବାରୁ ଛାତ୍ରୀଛାତ୍ରଙ୍କର ପାଠ ଠିକ୍‌ ଭାବେ ପଢ଼ାଯାଇପାରୁନାହିଁ ା ଆବଶ୍ୟକ ଶ୍ରେଣୀ ଗୃହ ନ ଥିବାରୁ ପିଲାମାନେ ପାଠ ପଢ଼ିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ବାବଦରେ ଚଳିତ ମାସ ୨୦ତାରିଖରେ ଗ୍ରାମବାସୀ ଗୋଷ୍ଠୀ ଶିକ୍ଷାଧିକାରୀ ନାରାୟଣ ଦାସଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଘଟଣାକୁ ନେଇ ଗ୍ରାମବାସୀ ଓ ଅବିଭାବକଙ୍କ ସମେତ ବିଦ୍ୟାଳୟର ପରିଚାଳନା କମିଟିର ସଭ୍ୟାସଭ୍ୟମାନେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିଭିନ୍ନ ନାରାବାଜି ଦେବା ସହିତ କମିଟି ସଭାପତି ସୂର୍ଯ୍ୟକାନ୍ତ ବିନ୍ଧାଣି, ଉପସଭାପତି ରଶ୍ମିରେଖା ବିଶ୍ୱାଳ, ଆରତୀ ବିନ୍ଧାଣି, ତାପସରଞ୍ଜନ ରାଉତ, କମଳା ବିନ୍ଧାଣି, ସୁକାନ୍ତି ସାମଲ ଓ ଗୀତାରାଣୀ ବେହେରା ପ୍ରମୁଖ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri