୧ରୁ ୮ ଶ୍ରେଣୀ ପାଇଁ ୪ ଶିକ୍ଷକ

ଡେଲାଙ୍ଗ,୧୭।୨(ଡି.ଏନ୍‌.ଏ): ଶିକ୍ଷା କ୍ଷେତ୍ରରେ ସରକାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରୁଥିବାବେଳେ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ ଡେଲାଙ୍ଗ ବ୍ଲକ ଅଧୀନ ରେଙ୍ଗଳ ପଞ୍ଚାୟତର ଝାଡପଡ଼ା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହିଛି। ସେଠାରେ ନା ଅଛି ଶ୍ରେଣୀଗୃହ ନା ଅଛନ୍ତି ଆବଶ୍ୟକ ଶିକ୍ଷକ। ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ମୋଟ ୧୦୫ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସେମାନଙ୍କ ପାଇଁ ମୋଟ ୪ଟି କ୍ଲାସରୁମ୍‌ ରହିଥିବାବେଳେ ଶିକ୍ଷାଦାନ ପାଇଁ ୪ଜଣ ଶିକ୍ଷକ ରହିଛନ୍ତି। ଏଥିସହ ଛାତ୍ରୀଛାତ୍ରଙ୍କ ଶୌଚ ପାଇଁ ବହୁପୁରୁଣା ଶୌଚାଳୟ ଅର୍ଦ୍ଧଭଗ୍ନ ଅବସ୍ଥାରେ ପଡ଼ି ରହିଥିବାରୁ ଛାତ୍ରୀଛାତ୍ର ଶୌଚ ପାଇଁ ବିଦ୍ୟାଳୟ ବାହାରକୁ ଯାଉଛନ୍ତି। ବିଦ୍ୟାଳୟ ଚତୁଃପାର୍ଶ୍ୱରେ ପାଚେରି ନ ଥିବାରୁ ବାହାର ଗୋରୁ, ଷଣ୍ଢ, ଛେଳି, ମେଣ୍ଡା ଓ ବୁଲା କୁକୁର ବିଦ୍ୟାଳୟକୁ ପ୍ରବେଶ କରୁଛନ୍ତି। ଚତୁଃନାର୍ଶ୍ୱରେ ବଣ ଜଙ୍ଗଲ ଥିବାରୁ ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ ରହିଛି। ୧୯୬୪ ମସିହାରୁ ବିଦ୍ୟାଳୟ ଗଢି ଉଠିଥିବାବେଳେ ଏଯାବତ୍‌ ପିଲାଙ୍କ ପାଇଁ ଖେଳ ପଡ଼ିଆଟିଏ ମଧ୍ୟ ନାହିଁ। ଖେଳପଡ଼ିଆ ପାଇଁ ଭିତ୍ତିଭୂମି ଥିବାବେଳେ ପଡ଼ିଆର ଉନ୍ନତୀକରଣ କରାଯାଉ ନ ଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ବିଦ୍ୟାଳୟ ପରିସରରେ ଥିବା ନଳକୂପରୁ ଫ୍ଲୋରାଇଡ ମିଶା ପାଣି ବାହାରୁଥିବାରୁ ତାହା ପାନୀୟ ଅନୁପଯୋଗୀ ହୋଇପଡ଼ିଛି। ଫଳରେ ପିଲାମାନେ ପିଇବା ପାଣିରୁ ବଞ୍ଚତ୍ତ ହେଉଛନ୍ତି। ରୋଷେଇ ନ ଥିବାରୁ ଭଙ୍ଗା କାନ୍ଥ ଉପରେ ଆଜ୍‌ବେଷ୍ଟସ୍‌ ପକାଇ ରୋଷେଇ ହେଉଥିବା ଦେଖିବାକୁ ମିଳୁଛି। ଏନେଇ ବିଦ୍ୟାଳୟ କମିଟିକୁ ପଚାରିବାରେ, ସେମାନେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ପାରୁନାହିଁ। ଦୀର୍ଘ ବର୍ଷର ଏହି ପୁରାତନ ବିଦ୍ୟାଳୟ ପ୍ରତି ସରକାରଙ୍କୁ ଦୃଷ୍ଟି ଦେବା ନିମନ୍ତେ ସ୍ଥାନୀୟ ଗ୍ରାମବାସୀ ଓ ଅଭିଭାବକ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri