Posted inଜାତୀୟ

ପ୍ରଧାନମନ୍ତ୍ରୀ ଶପଥ ନେବାର ୪ ଦିନରେ ୪ ଆତଙ୍କବାଦୀ ଆକ୍ରମଣ, ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ସହ କଥା ହୋଇ ମୋଦି କହିଲେ…

ନୂଆଦିଲ୍ଲୀ,୧୩ା୬: କିଛି ଦିନ ହେବ ଜମ୍ମୁ-କଶ୍ମୀରରେ ଅନେକ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଗତ ଚାରି ଦିନ ମଧ୍ୟରେ ରେସି, କାଠୁଆ ଏବଂ ଡୋଡା ଜିଲାର ୪ଟି ସ୍ଥାନ ଉପରେ ଆକ୍ରମଣ କରି ୯ ଜଣ ତୀର୍ଥଯାତ୍ରୀ ଏବଂ ଜଣେ ସିଆର୍‌ପିଏଫ୍‌ ଯବାନଙ୍କୁ ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ୭ଜଣ ସୁରକ୍ଷାକର୍ମୀ ଏବଂ ଅନ୍ୟ ଅନେକ ମଧ୍ୟ ଆହତ ହୋଇଥିଲେ। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ-କଶ୍ମୀରରେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଏବଂ ଅନ୍ୟ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି।

ଜମ୍ମୁ-କଶ୍ମୀରର ସୁରକ୍ଷା ପରିସ୍ଥିତି ତଥା ଆତଙ୍କବାଦ ବିରୋଧରେ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ପୂର୍ଣ୍ଣ ସୂଚନା ଦିଆଯାଇଥିଲା। ଏହି ସମୟରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ କାର୍ଯ୍ୟରେ ପୂର୍ଣ୍ଣ ଶକ୍ତି ଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହାଙ୍କ ସହ କଥାବାର୍ତ୍ତା କରି ଏହି ଅଞ୍ଚଳରେ ସୁରକ୍ଷା ବାହିନୀ ନିୟୋଜନ ଏବଂ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଉପରେ ଆଲୋଚନା କରିଛନ୍ତି।

ଜମ୍ମୁ-କଶ୍ମୀରରେ ପରିସ୍ଥିତିକୁ ଅନୁଧ୍ୟାନ କରିବା ପାଇଁ ପ୍ରଧାନମନ୍ତ୍ରୀ ମଧ୍ୟ ଏଲ୍‌ଜି ମନୋଜ ସିହ୍ନାଙ୍କ ସହ କଥା ହୋଇଥିଲେ। ସ୍ଥାନୀୟ ପ୍ରଶାସନ ଗ୍ରହଣ କରୁଥିବା ପଦକ୍ଷେପ ସମ୍ପର୍କରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri