Posted inଜାତୀୟ

ଏନକାଉଣ୍ଟରେ ୪ ଆତଙ୍କବାଦୀ ନିହତ, ନୂଆବର୍ଷରେ ଆକ୍ରମଣ ଷଡ଼ଯନ୍ତ୍ର…

ଶ୍ରୀନଗର,୨୮।୧୨ : ଜମ୍ମୁ-କଶ୍ମୀରରେ ପୋଲିସ ଏବଂ ସେନା ଆତଙ୍କବାଦୀଙ୍କୁ ହଟାଇବା ପାଇଁ ନିରନ୍ତର ଅଭିଯାନ ଚଳାଇଛନ୍ତି। ଏହି ଅଭିଯାନ ଅନ୍ତର୍ଗତ ଜମ୍ମୁ-କଶ୍ମୀର ପୋଲିସ ବୁଧବାର ୪ ଜଣ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି। ସିଦ୍ଧରା ଅଞ୍ଚଳରେ କିଛି ଆତଙ୍କବାଦୀ ଥିବା ଗୁପ୍ତ ସୂଚନା ମିଳିବା ପରେ ପୋଲିସ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା।

ଏଡିଜିପି ମୁକେଶ ସିଂ କହିଛନ୍ତି, ଆମେ ଏକ ଟ୍ରକର ଅସାଧାରଣ ଗତି ଦେଖି ଏହାକୁ ଗୋଡ଼ାଇଥିଲୁ। ଟ୍ରକକୁ ଜମ୍ମୁର ସିଦ୍ଧରା ଠାରେ ଅଟକାଇ ଦିଆଯାଇଥିଲା, ଯେଉଁଠାରୁ ଡ୍ରାଇଭର ଖସି ପଳାଇବାରେ ସଫଳ ହୋଇଥିଲା। ଟ୍ରକରେ ଥିବା ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଆତଙ୍କବାଦୀମାନେ ପୋଲିସ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ପୋଲିସ ପକ୍ଷରୁ ଆତ୍ମରକ୍ଷା ପାଇଁ ପାଲଟା ଗୁଳି ଚାଳନା କରାଯାଇଥିଲା। ସେମାନେ ନୂଆବର୍ଷରେ ଆକ୍ରମଣ ଷଡ଼ଯନ୍ତ୍ର କରୁଥିବା ପୋଲିସ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri