୪ ଦ୍ୱାର ଖୋଲିବା ନିଷ୍ପତ୍ତି ହୋଇପାରିଲାନି

ପୁରୀ,୨୨ା୭(ଅଜିତ୍‌ ମହାନ୍ତି): ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପରେ ଶ୍ରୀମନ୍ଦିର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗକୁ ନେଇ ଶୁକ୍ରବାର ଛତିଶା ନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତନିବାସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଅଧ୍ୟକ୍ଷତା କରିଥିଲେ। ତେବେ ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲାଯିବା ନେଇ କାୈଣସି ନିଷ୍ପତ୍ତି ହୋଇପାରିନାହିଁ। ସିଂହଦ୍ୱାର ବ୍ୟତୀତ ଅନ୍ୟ କେଉଁ ଦ୍ୱାର ଖୋଲାଯିବ ସେ ନେଇ ବୈଠକରେ କୌଣସି ନିଷ୍କର୍ଷ ବାହାରିପାରିନାହିଁ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନେଇ ବିସ୍ତୃତ ଭାବେ ଆଲୋଚନା କରାଯିବା ସହ ଅନେକ ମତାମତ ଦିଆଯାଇଥିଲା। ସମସ୍ତଙ୍କ ମତକୁ ନେଇ ଏକ ସବ୍‌କମିଟି ଗଠନ କରାଯାଇଛି। ତେବେ ଖୁବ୍‌ଶୀଘ୍ର ପୁରୀବାସୀଙ୍କ ପାଇଁ ପଶ୍ଚିମ କିମ୍ବା ଦକ୍ଷିଣ ଦ୍ୱାର ଖୋଲିବାର ସମ୍ଭାବନା ରହିଥିବା ସୂଚନା ମିଳିଛି। ସେହିପରି ଓବିସିସି ପକ୍ଷରୁ ହେଉଥିବା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ସାରିବାକୁ ପରାମର୍ଶ ଦିଆଯାଇଛି। ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ନେଇ ସେବାୟତମାନଙ୍କ ପକ୍ଷରୁ ଭିନ୍ନ ଭିନ୍ନ ପ୍ରସ୍ତାବ ଆସିଥିବାରୁ ସବ୍‌କମିଟି ବୈଠକରେ ସମସ୍ତ ଦିଗକୁ ନେଇ ତର୍ଜମା କରାଯିବା ପରେ ଯାହା କିଛି ସ୍ପଷ୍ଟ ହେବ। ଶ୍ରୀମନ୍ଦିରରେ ଆସନ୍ତା ବୁଧବାର ବନକଲାଗି କରାଯିବ।
ସମ୍ପର୍କରେ ସୂଚନା ଦେଇ ବରିଷ୍ଠ ସେବକ ହଜୁରୀ କୃଷ୍ଣଚନ୍ଦ୍ର ଖୁଣ୍ଟିଆ କହିଛନ୍ତି, ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଆଲୋଚନା ହୋଇଥିଲା। ସମସ୍ତ ନିଯୋଗ ପକ୍ଷରୁ ଚାରିଦ୍ୱାର ଖୋଲାଯିବା ପାଇଁ ଦାବି କରାଯାଇଥିଲା। ଫଳରେ ସନ୍ଧ୍ୟା ପରେ ଉତ୍ତରଦ୍ୱାର ବନ୍ଦ ହେବା ପରେ ଅନ୍ୟ ତିନିଦ୍ୱାର ଦେଇ ଭକ୍ତମାନେ ଯାଇ ମହାପ୍ରଭୁଙ୍କୁ ପହୁଡ଼ ପର୍ଯ୍ୟନ୍ତ ଦର୍ଶନ କରିପାରିବେ ବୋଲି ମତ ଦିଆଯାଇଥିଲା। ଏହାପରେ ଉପଜିଲାପାଳଙ୍କୁ ନେଇ ୫ଜଣିଆ କମିଟି ଗଠନ କରାଯାଇଛି। ଉକ୍ତ କମିଟି ଚାରି ଦ୍ୱାର ଖୋଲିବା ନେଇ ନିଷ୍ପତ୍ତି ନେବ। ଖୁବ୍‌ଶୀଘ୍ର ଭକ୍ତମାନେ ଖୁସି ଖବର ପାଇବେ। ପରିକ୍ରମା ମାର୍ଗ କାର୍ଯ୍ୟ ଜାରି ରହିଥିବାରୁ ବର୍ତ୍ତମାନ ଚାରି ଦ୍ୱାର ଖୋଲିଲେ ସମସ୍ୟା ଦେଖାଦେବ। ତେଣୁ ପରିକ୍ରମା ମାର୍ଗ କାର୍ଯ୍ୟ ଶୀଘ୍ର ସାରି ଅଗଷ୍ଟ ଶେଷ ସୁଦ୍ଧା ଚାରି ଦ୍ୱାର ଖୋଲିବା ପାଇଁ ପ୍ରସ୍ତାବ ଦିଆଯାଇଛି। ସେହିପରି ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି, ପରିକ୍ରମା ମାର୍ଗ କାର୍ଯ୍ୟ ଚାଲିଥିବାରୁ କେଉଁପଟେ ଭକ୍ତ ଯାଇପାରିବେ ସେ ନେଇ ଗଠିତ ସବ୍‌କମିଟି ଅନୁଧ୍ୟାନ ତଥା ତର୍ଜମା କରି ରିପୋର୍ଟ ଦେବ। ପରେ ତା’ ଉପରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ବୋଲି ସାହୁ କହିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ରଞ୍ଜନ କୁମାର ଦାସ କହିଛନ୍ତି, ଭକ୍ତଙ୍କ ସୁନିଶ୍ଚିତ ତଥା ଶୃଙ୍ଖଳିତ ଦର୍ଶନ ଉପରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ନିଯୋଗର ସଦସ୍ୟମାନେ ଉପସ୍ଥିତ ରହି ସେମାନଙ୍କ ମତାମତ ଦେଇଥିଲେ। ସମସ୍ତଙ୍କ ମତକୁ ନେଇ ଏକ ସବ୍‌କମିଟି ଗଠନ କରାଯାଇଛି। ଏଥିରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ବରିଷ୍ଠ ସେବାୟତ, ପ୍ରଶାସନିକ ଅଧିକାରୀ ଏବଂ ପୋଲିସ ଅଧିକାରୀ ସଦସ୍ୟ ରହିଛନ୍ତି। ଉକ୍ତ ସବ୍‌କମିଟି ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବ। ତେବେ ବର୍ତ୍ତମାନ ସୁଦ୍ଧା କୌଣସି ନିଷ୍ପତ୍ତି ହୋଇନାହିଁ। କମିଟି ସମସ୍ତ ମତାମତକୁ ବିଚାର କରି ଅନୁଧ୍ୟାନ କରିବା ପରେ ରିପୋର୍ଟ ଭିତ୍ତିରେ ପରବର୍ତ୍ତୀ ନିଷ୍ପତ୍ତି ନେବ। ସେହିପରି ମହାପ୍ରଭୁଙ୍କ ବନକଲାଗି ଠିକ୍‌ ସମୟରେ ଆସନ୍ତା ବୁଧବାର ସମ୍ପନ୍ନ ହେବ ବୋଲି ଦାସ କହିଛନ୍ତି। ବୈଠକରେ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା, ଏସ୍‌ପି କନଓ୍ବର ବିଶାଲ ସିଂ, ସମସ୍ତ ନିଯୋଗର ସେବାୟତ ପ୍ରତିନିଧି, ପରିଚାଳନା କମିଟି ସଦସ୍ୟ ଏବଂ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?